ଆଜିଠୁ ସ୍କୁଲ ଯିବେ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ 

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦୀର୍ଘ ମାସ ପରେ ଆଜି ସ୍କୁଲ ଯିବେ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ। କରୋନା ମହାମାରୀ ପାଇଁ ଅନେକ ଦିନ ଧରି ବନ୍ଧ ଥିଲା ସ୍କୁଲ। ନବମ , ଦଶମ ପରେ ଆଜିଠୁ ଖୋଲୁଛି ଅଷ୍ଟମ ଶ୍ରେଣୀ କ୍ଲାସ । ଏଣିକି ଛାତ୍ରୀମାନେ ସ୍କୁଲ ଆସି କ୍ଲାସ ରୁମରେ ବସି ପାଠ ପଢିବେ। ତେବେ ସ୍କୁଲରେ କୋଭିଡ ଗାଇଡଲାଇନକୁ ବାଧ୍ୟତାମୂଳକ କରାଯାଇଛି। ସେପଟେ ଏତେ ଦିନ ପରେ ସ୍କୁଲ ଖୋଲୁଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି ।

ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍କୁଲରେ ଆଇସୋଲେସନ ରୁମ ଖୋଲିବା ସହିତ ସାମାଜି୍କ ଦୂରତା ସହ ଛାତ୍ରଛାତ୍ରୀଙ୍କୁ ବସାଯିବ। କ୍ଲାସ ଆରମ୍ଭ ହେବା ପୂର୍ବରୁ ସ୍କୁଲକୁ ସାନିଟାଇଜ କରାଯାଇଛି। କୋଭିଡ ଗାଇଡଲାଇନ ଅନୁସାରେ ସ୍କୁଲରେ ଛାତ୍ରଛାତ୍ରୀଙ୍କର ଥର୍ମାଲ ସ୍କ୍ରିନିଂ ସହ ହାତ ସାନିଟାଇଜ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’