Masthead

ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ

ଶ୍ରୀକାକୁଲମ  (ବଡ଼ ଖବର ବ୍ୟୁରୋ): ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମରେ ଦଳାଚକଟା । ୯ ଜଣଙ୍କର ମୃତ୍ୟୁ ଘଟିଛି। ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିର ଭିତରେ ଏକାଦଶୀ ପର୍ବ ପାଇଁ ପ୍ରବଳ ଭିଡ଼ ଯୋଗୁ ଏପରି ଅଘଟଣ ଘଟିଛି। ଅନେକ ଶ୍ରଦ୍ଧାଳୁ ଆହତ ହୋଇଥିବାବେଳେ ସ୍ଥାନୀୟ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।  ମୃତ୍ୟୁ ସଂଖ୍ୟା ବଢିବା ନେଇ ଆଶଙ୍କା କରାଯାଉଛି।

ଏକାଦଶୀ ଉପଲକ୍ଷେ ମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କର ସମାଗମ ହୋଇଥିଲା। ଅନେକ ଶ୍ରଦ୍ଧାଳୁ ଆହତ ହୋଇଥିବା ସୂଚନା ମିଳିଛି। ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସେପଟେ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ। ଆହତଙ୍କୁ ତ୍ଵରିତ ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ