Masthead

୯ ହଜାର ମୁହାଁ ଦୈନିକ ସଂକ୍ରମଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୯ ହଜାର ମୁହାଁ ଦୈନିକ ସଂକ୍ରମଣ । ଚିନ୍ତାରେ ରାଜ୍ୟବାସୀ । ଗତ ୨୪ ଘଣ୍ଟାରେ ୮,୯୧୪ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୫୦୮୧ ଜଣ କ୍ୱାରେଣ୍ଟାଇନ୍‌ରେ  ଥିବାବେଳେ ୩୮୩୩ଟି ଲୋକାଲ୍ କେସ୍ ରହିଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୫୮ ଜଣ ଅଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୫୯୨ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୮୭, ପୁରୀରୁ ୫୩୦, ସମ୍ବଲପୁରରୁ ୫୨୦, ବରଗଡ଼ରୁ ୪୫୨, ନବରଙ୍ଗପୁରରୁ ୪୩୩, ଭଦ୍ରକରୁ ୩୫୧, ଅନୁଗୋଳରୁ ୩୩୧, ଝାରସୁଗୁଡ଼ାରୁ ୩୦୪, ବଲାଙ୍ଗିରରୁ ୨୯୧, ନୂଆପଡ଼ାରୁ ୨୭୮, ଗଞ୍ଜାମରୁ ୨୬୨, କଳାହାଣ୍ଡିରୁ ୨୩୬ ଓ ଯାଜପୁରରୁ ୨୩୨ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ନୟାଗଡ଼ ଜିଲ୍ଲାରୁ ୧୯୪ ଜଣ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱରରୁ ୧୭୯, ବୌଦ୍ଧରୁ ୧୭୫, ଗଜପତିରୁ ୧୬୫, ରାୟଗଡ଼ାରୁ ୧୫୭, ଢେଙ୍କାନାଳରୁ ୧୪୯, କୋରାପୁଟରୁ ୧୪୫, ମୟୂରଭଞ୍ଜରୁ ୧୩୪, କେନ୍ଦ୍ରାପଡ଼ାରୁ ୧୩୨, ସୁବର୍ଣ୍ଣପୁରରୁ ୧୨୧, ଜଗତସିଂହପୁରରୁ ୧୦୯, କେନ୍ଦୁଝରରୁ ୧୦୪, ଦେବଗଡ଼ରୁ ୧୦୩, ମାଲକାନଗିରିରୁ ୭୩ ଓ କନ୍ଧମାଳରୁ ୬୨ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍ ପୁଲ୍‌ରୁ ୨୫୫ ଜଣ ଚିହ୍ନଟ ହୋଇଛନ୍ତି।

୮୯୧୪ଟି ନୂଆ କେସକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୭୧ ହଜାର ୫୩୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୯୭ ହଜାର ୫୭୫ ଜଣ ସୁସ୍ଥ ହୋଇଥିବାବେଳେ୭୧,୮୩୫ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୦୬୮ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ ! 🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ !