Masthead

ସ୍ମାର୍ଟ ହେଲଥ କାର୍ଡରେ ମହିଳାଙ୍କୁ ଡବଲ ସହାୟତା

ମାଲକାନଗିରି( ବଡ଼ ଖବର ବ୍ୟୁର): ମାଲକାନଗିରିରୁ ଆରମ୍ଭ ହେଲା ସ୍ବାସ୍ଥ୍ୟ ସେବାର ଐତିହାସିକ ଯାତ୍ରା । ମାଲକାନଗିରିରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର । ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ସାରା ଦେଶରେ ପ୍ରଥମ । ବଣ୍ଡା ଜନଜାତିର ମହିଳା ଶୁକ୍ରୀ ଧାଙ୍ଗଡା ମାଝୀ ହେଲେ ପ୍ରଥମ ହିତାଧିକାରୀ । ସମସ୍ତେ ସୁସ୍ଥ ରୁହନ୍ତୁ, ଚିକିତ୍ସା ପାଇଁ ଟଙ୍କା ବାଧକ ନ ହେଉ କହିଲେ ମୁଖ୍ୟମନ୍ତ୍ରୀ । ମା ମାନଙ୍କ ପାଇଁ ଚିକିତ୍ସା ସୁବିଧା ଦଶ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ରହିଛି । ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବିତରଣ କଲେ ମୁଖ୍ୟମନ୍ତ୍ରୀ । କହିଲେ ଚିକିତ୍ସା ପାଇଁ ଲୋକେ ଜମି ବିକନ୍ତି, ପିଲାଙ୍କ ପାଠପଢ଼ା ବନ୍ଦ କରନ୍ତି, ଏହା ମୋତେ ଭାରି ଦୁଃଖ ଦିଏ । ସେମାନଙ୍କ ଦୁଃଖ ଦୂର ପାଇଁ ଏ ବ୍ୟବସ୍ଥା ।

ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ, ସବୁ ଓଡ଼ିଶାବାସୀ ମୋ ପରିବାର ବୋଲି କହିଲେ ମୁଖ୍ୟମନ୍ତ୍ରୀ । ଏହା ସହ ମାଲକାନଗିରିର ଜଣେ ଝିଅର ଅନୁରୋଧ ମୋତେ ପ୍ରଭାବିତ କରିଥିଲା । ସେଇ ମାଲକାନଗିରିରୁ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ ହେଲା । ମାଲକାନଗିରିରୁ ଅଭିଯାନର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାର ୧ ଲକ୍ଷ ୫୫ ହଜାର ୮୨୩ ଜଣଙ୍କୁ ବଣ୍ଟାଯିବ ବିଏସ୍କେୱାଇ ସ୍ମାର୍ଟ କାର୍ଡ । ଅଗଷ୍ଟ ୨୧ରୁ ୨୫ ମଧ୍ୟରେ ସମସ୍ତ ସ୍ମାର୍ଟ କାର୍ଡ ବଣ୍ଟନ ଲକ୍ଷ୍ୟ । ଆଗାମୀ ସେପ୍ଟେମ୍ବର ପହିଲାରୁ ସ୍ମାର୍ଟ ହେଲଥ କାର୍ଡ ଲାଗୁ ହେବ ।

ରାଜ୍ୟର ୯୬ ଲକ୍ଷ ପରିବାରଙ୍କୁ ଏହି କାର୍ଡ ଦିଆଯିବ । ଏହାଦ୍ୱାରା ଆପଣଙ୍କୁ ହସ୍ପିଟାଲରେ କୌଣସି ଡକ୍ୟୁମେଣ୍ଟ ଦେବାକୁ ପଡିବ ନାହିଁ । କେବଳ ଏହି ସ୍ମାର୍ଟ କାର୍ଡ ଦେଖାଇ ଆପଣ ଚିକିତ୍ସା ସୁବିଧା ପାଇପାରିବେ । ସ୍ମାର୍ଟ ହେଲଥ କାର୍ଡରେ ୯୬ ଲକ୍ଷ ପରିବାର ସହ ୩ କୋଟି ଲୋକ ଉପକୃତ ହେବେ ସ୍ମାର୍ଟ ହେଲଥ କାର୍ଡରେ ପୁରୁଷଙ୍କୁ ୫ ଲକ୍ଷ ଓ ମହିଳାଙ୍କୁ ୧୦ ଲକ୍ଷ ଟଙ୍କା ଯାଏଁ ଚିକିତ୍ସା ସୁବିଧା ଦିଆଯିବ । ସ୍ମାର୍ଟ ହେଲଥ କାର୍ଡରେ ରହିବ ହାତିଧିକାରୀଙ୍କ ସମସ୍ତ ତଥ୍ୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି