Masthead

ସ୍ମାର୍ଟ ହେଲଥ କାର୍ଡରେ ମହିଳାଙ୍କୁ ଡବଲ ସହାୟତା

ମାଲକାନଗିରି( ବଡ଼ ଖବର ବ୍ୟୁର): ମାଲକାନଗିରିରୁ ଆରମ୍ଭ ହେଲା ସ୍ବାସ୍ଥ୍ୟ ସେବାର ଐତିହାସିକ ଯାତ୍ରା । ମାଲକାନଗିରିରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର । ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ସାରା ଦେଶରେ ପ୍ରଥମ । ବଣ୍ଡା ଜନଜାତିର ମହିଳା ଶୁକ୍ରୀ ଧାଙ୍ଗଡା ମାଝୀ ହେଲେ ପ୍ରଥମ ହିତାଧିକାରୀ । ସମସ୍ତେ ସୁସ୍ଥ ରୁହନ୍ତୁ, ଚିକିତ୍ସା ପାଇଁ ଟଙ୍କା ବାଧକ ନ ହେଉ କହିଲେ ମୁଖ୍ୟମନ୍ତ୍ରୀ । ମା ମାନଙ୍କ ପାଇଁ ଚିକିତ୍ସା ସୁବିଧା ଦଶ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ରହିଛି । ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବିତରଣ କଲେ ମୁଖ୍ୟମନ୍ତ୍ରୀ । କହିଲେ ଚିକିତ୍ସା ପାଇଁ ଲୋକେ ଜମି ବିକନ୍ତି, ପିଲାଙ୍କ ପାଠପଢ଼ା ବନ୍ଦ କରନ୍ତି, ଏହା ମୋତେ ଭାରି ଦୁଃଖ ଦିଏ । ସେମାନଙ୍କ ଦୁଃଖ ଦୂର ପାଇଁ ଏ ବ୍ୟବସ୍ଥା ।

ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ, ସବୁ ଓଡ଼ିଶାବାସୀ ମୋ ପରିବାର ବୋଲି କହିଲେ ମୁଖ୍ୟମନ୍ତ୍ରୀ । ଏହା ସହ ମାଲକାନଗିରିର ଜଣେ ଝିଅର ଅନୁରୋଧ ମୋତେ ପ୍ରଭାବିତ କରିଥିଲା । ସେଇ ମାଲକାନଗିରିରୁ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ ହେଲା । ମାଲକାନଗିରିରୁ ଅଭିଯାନର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାର ୧ ଲକ୍ଷ ୫୫ ହଜାର ୮୨୩ ଜଣଙ୍କୁ ବଣ୍ଟାଯିବ ବିଏସ୍କେୱାଇ ସ୍ମାର୍ଟ କାର୍ଡ । ଅଗଷ୍ଟ ୨୧ରୁ ୨୫ ମଧ୍ୟରେ ସମସ୍ତ ସ୍ମାର୍ଟ କାର୍ଡ ବଣ୍ଟନ ଲକ୍ଷ୍ୟ । ଆଗାମୀ ସେପ୍ଟେମ୍ବର ପହିଲାରୁ ସ୍ମାର୍ଟ ହେଲଥ କାର୍ଡ ଲାଗୁ ହେବ ।

ରାଜ୍ୟର ୯୬ ଲକ୍ଷ ପରିବାରଙ୍କୁ ଏହି କାର୍ଡ ଦିଆଯିବ । ଏହାଦ୍ୱାରା ଆପଣଙ୍କୁ ହସ୍ପିଟାଲରେ କୌଣସି ଡକ୍ୟୁମେଣ୍ଟ ଦେବାକୁ ପଡିବ ନାହିଁ । କେବଳ ଏହି ସ୍ମାର୍ଟ କାର୍ଡ ଦେଖାଇ ଆପଣ ଚିକିତ୍ସା ସୁବିଧା ପାଇପାରିବେ । ସ୍ମାର୍ଟ ହେଲଥ କାର୍ଡରେ ୯୬ ଲକ୍ଷ ପରିବାର ସହ ୩ କୋଟି ଲୋକ ଉପକୃତ ହେବେ ସ୍ମାର୍ଟ ହେଲଥ କାର୍ଡରେ ପୁରୁଷଙ୍କୁ ୫ ଲକ୍ଷ ଓ ମହିଳାଙ୍କୁ ୧୦ ଲକ୍ଷ ଟଙ୍କା ଯାଏଁ ଚିକିତ୍ସା ସୁବିଧା ଦିଆଯିବ । ସ୍ମାର୍ଟ ହେଲଥ କାର୍ଡରେ ରହିବ ହାତିଧିକାରୀଙ୍କ ସମସ୍ତ ତଥ୍ୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ! 🔴 ମୌସୁମୀ ଅଧିବେଶନର ଆଜି ଚତୁର୍ଥ ଦିନ, ସରଗରମ ରହିପାରେ ଗୃହ 🔴 ମୋଦି ସରକାରଙ୍କ ପୂଜା ଭେଟି, ଲାଗୁ ହେଲା ନୂଆ ଜିଏସଟି ସ୍ଲାବ୍ 🔴 ଶୋଇଥିବା ବେଳେ ସ୍ୱାମୀଙ୍କୁ ହାଣି ହତ୍ୟା 🔴 ବାଣ ଗୋଦାମରେ ବିସ୍ଫୋରଣ, ଭୁଶୁଡ଼ିଲା କୋଠା ଘର 🔴 ରାତି ସାରା ୟୁକ୍ରେନ ଉପରେ କ୍ଷେପଣାସ୍ତ୍ର ମାଡ଼ 🔴 ‘ଏବେ ହେବନି ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ’ 🔴 ଆସୁଛି ଦୁଇଟି ଲଘୁଚାପ, ବର୍ଷାରେ ଭିଜିପାରେ ଦଶହରା 🔴 ବାତିଲ୍ ହୋଇପାରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ 🔴 ତୃତୀୟ କିସ୍ତି ସୁଭଦ୍ରା ଟଙ୍କାରୁ ବାଦ ପଡ଼ିଲେ ୩ ଲକ୍ଷ ୯୯ ହଜାର ୩୫୨ ଜଣ 🔴 ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ! 🔴 ମୌସୁମୀ ଅଧିବେଶନର ଆଜି ଚତୁର୍ଥ ଦିନ, ସରଗରମ ରହିପାରେ ଗୃହ 🔴 ମୋଦି ସରକାରଙ୍କ ପୂଜା ଭେଟି, ଲାଗୁ ହେଲା ନୂଆ ଜିଏସଟି ସ୍ଲାବ୍ 🔴 ଶୋଇଥିବା ବେଳେ ସ୍ୱାମୀଙ୍କୁ ହାଣି ହତ୍ୟା 🔴 ବାଣ ଗୋଦାମରେ ବିସ୍ଫୋରଣ, ଭୁଶୁଡ଼ିଲା କୋଠା ଘର 🔴 ରାତି ସାରା ୟୁକ୍ରେନ ଉପରେ କ୍ଷେପଣାସ୍ତ୍ର ମାଡ଼ 🔴 ‘ଏବେ ହେବନି ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ’ 🔴 ଆସୁଛି ଦୁଇଟି ଲଘୁଚାପ, ବର୍ଷାରେ ଭିଜିପାରେ ଦଶହରା 🔴 ବାତିଲ୍ ହୋଇପାରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ 🔴 ତୃତୀୟ କିସ୍ତି ସୁଭଦ୍ରା ଟଙ୍କାରୁ ବାଦ ପଡ଼ିଲେ ୩ ଲକ୍ଷ ୯୯ ହଜାର ୩୫୨ ଜଣ