Masthead

ରାଜ୍ୟରେ ଦିନକରେ ୯୮୮୯ ନୂଆ ସଂକ୍ରମିତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ରାଜ୍ୟରେ କରୋନା ସ୍ଥିତି ଭୟଙ୍କର ରୂପ ଧାରଣ କରିଛି । ପ୍ରତିଦିନ ହଜାର ହଜାର ସଂଖ୍ୟାର ପଜିଟିଭ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁସଂଖ୍ୟାରେ ମଧ୍ୟ ରୋକ ଲାଗୁନି । ଗତବର୍ଷ ଅପେକ୍ଷା ଚଳିତ ବର୍ଷ ସଂକ୍ରମିତ ହାର ଅଧିକ ରହିଛି । ଏହି ଭୟଙ୍କର ସ୍ଥିତି ରୋକିବା ପାଇଁ ବିଭିନ୍ନ ସ୍ଥାନରେ ଲକଡାଉନ ଓ ସଟଡାଉନ ଲାଗୁ କରାଯାଇଛି । ଆଜି ରାଜ୍ୟରେ କୋରନା ମୃୃତ୍ୟୁସଂଖ୍ୟା ରେକର୍ଡ ଭାଙ୍ଗିଛି । ଗତ ୨୪ ଘଂଟା ରିପୋର୍ଟ ଉପରେ ନଜର ପକାଇବା ତାହେଲ ୧୬ ଜଣଙ୍କ ଜୀବନ ନେଇଛି ମାହାମାରୀ କରୋନା । ଖୋର୍ଦ୍ଧାରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗଜପତି ଓ କଳାହାଣ୍ଡିରୁ ୩ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଅନ୍ୟପଟେ ରାୟଗଡା ଓ ସୁନ୍ଦରଗଡ଼ରୁ ୨ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ହୋଇଥିବା ବେଳେ ପୁରୀ ଓ ସମ୍ବଲପୁରରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୦୪କୁ ବୃଦ୍ଧି ପାଇଛି । ତେବେ ହଟସ୍ପଟ ଖୋର୍ଧାରୁ ସର୍ବାଧିକ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରୁ ଜଣାପଡିଛି । ସେହିଭଳି ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟାରେ ମଧ୍ୟ ରୋକ ଲାଗୁନି । ଗୋଟାଏ ଦିନରେ ୯୮୮୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୫୬୧୧ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୪୨୭୮ରହିଛି । ଖୋର୍ଦ୍ଧାରୁ ସର୍ବାଧିକ ୧୩୩୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି ଦ୍ୱିତୀୟରେ ରହିଛି ସୁନ୍ଦରଗଡ଼ ଜିଲ୍ଲା । ସୁନ୍ଦରଗଡ଼ରେ ହଜାରେ ପାର କରିଛି ଆକ୍ରାନ୍ତଙ୍କ ସଂଖ୍ୟା । ଜିଲ୍ଲାରୁ ୧୧୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ମଧ୍ୟ ୭୯୦ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ଲକ୍ଷ ୮୯ହଜାର ୬୪୧କୁ ବୃଦ୍ଧି ପାଇଛି । ସୁସ୍ଥ ସଂଖ୍ୟ ୪ଲକ୍ଷ ୧୦ହଜାର ୨୨୭ ରହିଛି । ଆକ୍ଟିଭ କେସ ରହିଛି ୭୭ହଜାର ୨୫୭ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ