Masthead

ରାଜ୍ୟରେ ଦିନକରେ ୯୮୮୯ ନୂଆ ସଂକ୍ରମିତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ରାଜ୍ୟରେ କରୋନା ସ୍ଥିତି ଭୟଙ୍କର ରୂପ ଧାରଣ କରିଛି । ପ୍ରତିଦିନ ହଜାର ହଜାର ସଂଖ୍ୟାର ପଜିଟିଭ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁସଂଖ୍ୟାରେ ମଧ୍ୟ ରୋକ ଲାଗୁନି । ଗତବର୍ଷ ଅପେକ୍ଷା ଚଳିତ ବର୍ଷ ସଂକ୍ରମିତ ହାର ଅଧିକ ରହିଛି । ଏହି ଭୟଙ୍କର ସ୍ଥିତି ରୋକିବା ପାଇଁ ବିଭିନ୍ନ ସ୍ଥାନରେ ଲକଡାଉନ ଓ ସଟଡାଉନ ଲାଗୁ କରାଯାଇଛି । ଆଜି ରାଜ୍ୟରେ କୋରନା ମୃୃତ୍ୟୁସଂଖ୍ୟା ରେକର୍ଡ ଭାଙ୍ଗିଛି । ଗତ ୨୪ ଘଂଟା ରିପୋର୍ଟ ଉପରେ ନଜର ପକାଇବା ତାହେଲ ୧୬ ଜଣଙ୍କ ଜୀବନ ନେଇଛି ମାହାମାରୀ କରୋନା । ଖୋର୍ଦ୍ଧାରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗଜପତି ଓ କଳାହାଣ୍ଡିରୁ ୩ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଅନ୍ୟପଟେ ରାୟଗଡା ଓ ସୁନ୍ଦରଗଡ଼ରୁ ୨ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ହୋଇଥିବା ବେଳେ ପୁରୀ ଓ ସମ୍ବଲପୁରରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୦୪କୁ ବୃଦ୍ଧି ପାଇଛି । ତେବେ ହଟସ୍ପଟ ଖୋର୍ଧାରୁ ସର୍ବାଧିକ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରୁ ଜଣାପଡିଛି । ସେହିଭଳି ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟାରେ ମଧ୍ୟ ରୋକ ଲାଗୁନି । ଗୋଟାଏ ଦିନରେ ୯୮୮୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୫୬୧୧ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୪୨୭୮ରହିଛି । ଖୋର୍ଦ୍ଧାରୁ ସର୍ବାଧିକ ୧୩୩୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି ଦ୍ୱିତୀୟରେ ରହିଛି ସୁନ୍ଦରଗଡ଼ ଜିଲ୍ଲା । ସୁନ୍ଦରଗଡ଼ରେ ହଜାରେ ପାର କରିଛି ଆକ୍ରାନ୍ତଙ୍କ ସଂଖ୍ୟା । ଜିଲ୍ଲାରୁ ୧୧୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ମଧ୍ୟ ୭୯୦ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ଲକ୍ଷ ୮୯ହଜାର ୬୪୧କୁ ବୃଦ୍ଧି ପାଇଛି । ସୁସ୍ଥ ସଂଖ୍ୟ ୪ଲକ୍ଷ ୧୦ହଜାର ୨୨୭ ରହିଛି । ଆକ୍ଟିଭ କେସ ରହିଛି ୭୭ହଜାର ୨୫୭ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା