Masthead

୨୮ ଜିଲ୍ଲାରେ ଅଭାବୀ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟର ଅନେକ ସ୍ଥାନରେ ଅଭାବୀ ବର୍ଷା । ଅଗଷ୍ଟ ଶେଷ ସପ୍ତାହରେ ରାଜ୍ୟରେ ପାଗ ଶୁଖିଲା। ଲଘୁଚାପ ପ୍ରଭାବରେ ୧୫ ତାରିଖରୁ ୧୮ ତାରିଖ ଯାଏ ରାଜ୍ୟରେ କିଛି କିଛି ସ୍ଥାନରେ ବର୍ଷା ହେଲା। କିନ୍ତୁ ଏହି ବର୍ଷା ରାଜ୍ୟର ନିଅଣ୍ଟିଆ ବର୍ଷା ସ୍ଥିତିକୁ ଭରଣା କରିବାରେ ଅକ୍ଷମ ହେଲା। ଏହାକୁ ନେଇ ଚିନ୍ତାରେ ଚାଷୀ । ଅଗଷ୍ଟ ୧ରୁ ୨୦ ତାରିଖ ଭିତରେ ରାଜ୍ୟରେ ୫୦%ରୁ ଅଧିକ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ଚାଷ କାର୍ୟ୍ୟରେ ଏହା ଚିନ୍ତାଜନକ ପ୍ରଭାବ ପକାଇଛି। ଏଥିସହ ରାଜ୍ୟରେ ୨୮ଟି ଜିଲ୍ଲାରେ ଅଭାବୀ ବର୍ଷା ସ୍ଥିତି ସୃଷ୍ଟି ହୋଇଛି ।

ରାଜ୍ୟରେ ମରୁଡ଼ି ପରିସ୍ଥିତି ସୃଷ୍ଟି ମଧ୍ୟ ହେଲାଣି। ଅନ୍ୟପଟେ ରାଜ୍ୟରେ ଆଜିଠାରୁ ବର୍ଷାର ପରିମାଣ କମିଯିବ। ଅଗଷ୍ଟ ଶେଷ ସପ୍ତାହରେ ବି ବର୍ଷାର ବିଶେଷ ସମ୍ଭାବନା ନଥିବାରୁ ନିଅଣ୍ଟିଆ ବର୍ଷା ସ୍ଥିତି ଆଗକୁ ଆହୁରି ଚିନ୍ତାଜନକ ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ମତ ଦେଲେଣି। ପାଖାପାଖି ୨୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ସର୍ବାଧିକ ଅଧିକ ପ୍ରଭାବିତ ହୋଇଛି ଯାଜପୁର ଜିଲ୍ଲା। ଏଠାରେ ୫୪% କମ୍ ବର୍ଷା ରେକର୍ଡ ହୋଇଥିବା ବେଳେ ଏଥିସହ ଭଦ୍ରକରେ ୫୨%, କେନ୍ଦୁଝରରେ ୪୨% ଓ ବଲାଙ୍ଗୀରରେ ୪୧% ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଯାଇଛି।

ଅଗଷ୍ଟ ଶେଷ ସୁଦ୍ଧା ନିଅଣ୍ଟିଆ ବର୍ଷାର ପରିମାଣ ୫୦%କୁ ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି। ସୂଚନା ଅନୁଯାୟୀ, ଜୁନ୍‌ ୧ରୁ ଅଗଷ୍ଟ ୨୦ ତାରିଖ ମଧ୍ୟରେ ରାଜ୍ୟରେ ସର୍ବମୋଟ୍‌ ୭୯୧ ମିମି ବର୍ଷା ହୋଇଥାଏ। ଅନୁଗୁଳ, ଭଦ୍ରକଳ ଯାଜପୁର, କଳାହାଣ୍ଡି, କନ୍ଧମାଳ ଓ କେନ୍ଦୁଝରରେ ୩୯%ରୁ ଅଧିକ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବାବେଳେ ଭଦ୍ରକରେ ୪୯.୯%, ଯାଜପୁରରେ ୪୩% ଓ କନ୍ଧମାଳରେ ୪୦.୧% ଅଭାବୀ ବର୍ଷା ରେକର୍ଡ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 କମିଲା ଶୀତ, ବଢିବ ରାତି ତାପମାତ୍ରା 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 କମିଲା ଶୀତ, ବଢିବ ରାତି ତାପମାତ୍ରା