Masthead

ଥିଲା ସବୁଜ ହେଲା ହେଲା ବାଦାମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହାଇସ୍କୁଲ ପିଲାଙ୍କ ୟୁନିଫର୍ମକୁ ନେଇ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ସ୍କୁଲ ୟୁନିଫର୍ମ ରଙ୍ଗ ବଦଳିଛି । ଫଳରେ ଏଣିକି ଛାତ୍ରଛାତ୍ରୀମାନେ ସବୁଜ ରଙ୍ଗ ବଦଳରେ ବାଦାମୀ ରଙ୍ଗ ପିନ୍ଧିବେ । ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନାରେ ଏହି ରଙ୍ଗ ପରିବର୍ତ୍ତନ କରିବା ନେଇ ନିଷ୍ପତ୍ତି ନିଆଯାଇଛି । ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲର ଛାତ୍ରଛାତ୍ରୀ ନୂଆ ବାଦାମୀ ରଙ୍ଗର ୟୁନିଫର୍ମ ପରିଧାନ କରିପାରିବେ ।

ରାଜ୍ୟ ସରକାରଙ୍କ ତରଫରୁ ଏହି ସମସ୍ତ ସ୍କୁଲକୁ ୟୁନିଫର୍ମ ଯୋଗାଇ ଦିଆଯିବ । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି ଲେଖାଯାଇଛି । ମଙ୍ଗଳବାର ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏହା ପୂର୍ବରୁ ଗତବର୍ଷ ସ୍କୁଲ ୟୁନିଫର୍ମକୁ ନେଇ ମଧ୍ୟ ସରକାର ନିଷ୍ପତ୍ତି ନେଇଥିଲେ । ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ୟୁନିଫର୍ମର ରଙ୍ଗ ଧଳା ଓ ଘନନୀଳ ରହିଥିବା ବେଳେ ଛାତ୍ରଛାତ୍ରୀମାନେ ‘ହଣ୍ଟର ଗ୍ରୀନ’ ରଙ୍ଗର ପୋଷାକ ପିନ୍ଧିବା ନେଇ ନିଷ୍ପତ୍ତି ନିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି