ଥିଲା ସବୁଜ ହେଲା ହେଲା ବାଦାମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହାଇସ୍କୁଲ ପିଲାଙ୍କ ୟୁନିଫର୍ମକୁ ନେଇ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ସ୍କୁଲ ୟୁନିଫର୍ମ ରଙ୍ଗ ବଦଳିଛି । ଫଳରେ ଏଣିକି ଛାତ୍ରଛାତ୍ରୀମାନେ ସବୁଜ ରଙ୍ଗ ବଦଳରେ ବାଦାମୀ ରଙ୍ଗ ପିନ୍ଧିବେ । ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନାରେ ଏହି ରଙ୍ଗ ପରିବର୍ତ୍ତନ କରିବା ନେଇ ନିଷ୍ପତ୍ତି ନିଆଯାଇଛି । ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲର ଛାତ୍ରଛାତ୍ରୀ ନୂଆ ବାଦାମୀ ରଙ୍ଗର ୟୁନିଫର୍ମ ପରିଧାନ କରିପାରିବେ ।

ରାଜ୍ୟ ସରକାରଙ୍କ ତରଫରୁ ଏହି ସମସ୍ତ ସ୍କୁଲକୁ ୟୁନିଫର୍ମ ଯୋଗାଇ ଦିଆଯିବ । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି ଲେଖାଯାଇଛି । ମଙ୍ଗଳବାର ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏହା ପୂର୍ବରୁ ଗତବର୍ଷ ସ୍କୁଲ ୟୁନିଫର୍ମକୁ ନେଇ ମଧ୍ୟ ସରକାର ନିଷ୍ପତ୍ତି ନେଇଥିଲେ । ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ୟୁନିଫର୍ମର ରଙ୍ଗ ଧଳା ଓ ଘନନୀଳ ରହିଥିବା ବେଳେ ଛାତ୍ରଛାତ୍ରୀମାନେ ‘ହଣ୍ଟର ଗ୍ରୀନ’ ରଙ୍ଗର ପୋଷାକ ପିନ୍ଧିବା ନେଇ ନିଷ୍ପତ୍ତି ନିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ