ରାଜ୍ୟ ସରକାରଙ୍କୁ ନୋଟିସ୍

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀ ବଗଲା ଧର୍ମଶାଳା ଜମି ବିବାଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ସମେତ ୨୩ ଜଣ ପ୍ରତିପକ୍ଷଙ୍କୁ ନୋଟିସ୍ କରିଛନ୍ତି ହାଇକୋର୍ଟ। ଏହା ସହ ଜମି କିଣିଥିବା ୬ଜଣଙ୍କୁ ମଧ୍ୟ ନୋଟିସ୍ କରାଯାଇଛି। ରାଜସ୍ୱ ପର୍ଷଦ ସଦସ୍ୟ, ପୁରୀ କୋଣାର୍କ ଉନ୍ନୟନ କର୍ତ୍ତୃପକ୍ଷ, ଓଡ଼ିଶା ବ୍ରିଜ କନଷ୍ଟ୍ରକସନ କର୍ପୋରେସନ, ପୁରୀ ମ୍ୟୁନିସିପାଲିଟି, ଶ୍ରୀମନ୍ଦିର ପ୍ରଶାସନ ଆଦିଙ୍କୁ ନୋଟିସ କରିଛନ୍ତି ହାଇକୋର୍ଟ।
ପୁରୀ ଜିଲ୍ଲାପାଳ ଓ ତହସିଲଦାର ଜବାବ ଦାଖଲ କରିଥିବାବେଳେ ଆବେଦନକାରୀଙ୍କୁ ସେମାନଙ୍କ ପକ୍ଷ ରଖିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓ ଜଷ୍ଟିସ ଡକ୍ଟର ବି.ଆର୍. ଷଡ଼ଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ବିଜେପି ନେତା ସମ୍ବିତ ପାତ୍ରଙ୍କ ପକ୍ଷରୁ ରୁଜୁ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ