Masthead

ଗାଁ ଦାଣ୍ଡରେ ମହିଳାଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ

ବେଗୁନିଆ (ବଡ଼ ଖବର ବ୍ୟୁରୋ): ବେଗୁନିଆ ଥାନା ଅଞ୍ଚଳରେ ମହିଳାଙ୍କୁ ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ମାଡ଼ ମରାଯାଉଛି । ଯେଉଁ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ନିକଟ ଅତୀତରେ ବେଗୁନିଆ ଥାନା ଧଳାପଥର ଫାଣ୍ଡି ଅଞ୍ଚଳରେ ଜଣେ ମହିଳାଙ୍କୁ ସର୍ବ ସମ୍ମୁଖରେ ଗାଁ ଦାଣ୍ଡରେ ଆକ୍ରମଣ ଘଟଣା ଘଟିଥିବା ବେଳେ ପୁଣି ଥରେ ଆଉ ଜଣେ ମହିଳାଙ୍କୁ କିଛି ଲୋକ ଗାଁ ଦାଣ୍ଡରେ ମାଡ଼ ମାରୁଥିବା ଦୃଶ୍ୟ ଦେଖିବାକୁ ମିଳିଛି। ଏମିତି ଏକ ଲୋମଟାଙ୍କୁରା ଦୃଶ୍ୟ ଦେଖିବାକୁ ମିଳିଛି ବେଗୁନିଆ ଥାନା କଡବ୍ ଗ୍ରାମରେ ।

ଜମିଜମା ଘଟଣାକୁ ନେଇ କଡବ୍ ଗାଁର ମିନିକା ବଳବନ୍ତରାୟଙ୍କୁ ଗାଁର କିଛି ଲୋକ ମାଡ଼ ମାରିବା ସହ ତାଙ୍କର ଚାଳଘରେ ନିଆଁ ଲଗାଇ ଦେଇଥିଲେ । ସେପଟେ ବେଗୁନିଆ ଥାନାରେ ମହିଳାଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି । ମାଡ଼ ମାରିଥିବା କିଛି ଗାଁ ଲୋକଙ୍କ ଚାପରେ ବେଗୁନିଆ ପୋଲିସ ପୀଡ଼ିତାଙ୍କ ନାମରେ ମାମଲା ରୁଜୁ କରିଥିବା ସୂଚନା ମିଳିଛି। ତେବେ ଗାଁ ଦାଣ୍ଡରେ ମହିଳାଙ୍କ ପ୍ରତି ଏଭଳି ଅତ୍ୟାଚାର ସାଧାରଣରେ ନିନ୍ଦା କରାଯାଇଛି । ବେଗୁନିଆ ଥାନା ଅଞ୍ଚଳରେ ବାରମ୍ବାର ଏଭଳି ଘଟଣା ଘଟିବା ଖୋର୍ଦ୍ଧା ଜିଲ୍ଲାରେ ମହିଳାଙ୍କ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ