Masthead

ମହଙ୍ଗା ପଡିଲା ସାଦା ପୋଷାକ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ମଦ୍ୟପଙ୍କୁ କାବୁ କରିବାକୁ ସାଦା ପୋଷାକରେ ଯାଇଥିଲା ପୋଲିସ । ହେଲେ ମଦୁଆ ସେମାନଙ୍କୁ ନିସ୍ତୁକ ମାଡ଼ ମାରିବା ଘଟଣା ଅନୁଗୁଳ ଜିଲ୍ଲା ବନ୍ତଳା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ରବିବାର ସନ୍ଧ୍ୟାରେ ବନ୍ତଳା ଛକରେ ବଲଙ୍ଗ ଗ୍ରାମର ଅଲୋକ ସାହୁ ଓ ମହେଶ କୁମାର ସ୍ୱାଇଁ ମଦ୍ୟପାନ କରି ଉତ୍ପାତ କରୁଥିଲେ । ଏନେଇ ସ୍ଥାନୀୟ ଲୋକମାନେ ବନ୍ତଳା ପୋଲିସକୁ ସୂଚନା ଦେଇଥିଲେ । ଘଟଣା ସମ୍ପର୍କରେ ଖବର ପାଇ ଥାନାର ଏଏସଆଇ ସେଠାରେ ସାଦା ପୋଷାକରେ ପହଞ୍ଚିଥିଲେ । ଥାନା ଠାରୁ ୧୦୦ମିଟର ଦୂରରେ ଥିବା ମଦ ଦୋକାନକୁ ଆଲୋକ ଓ ମହେଶ ଯାଇଥିବା ଜାଣି ଏଏସଆଇ ସେମାନଙ୍କ ମୋଟର ସାଇକେଲରୁ ଚାବି ନେଇଯାଇଥିଲେ । ଏଥିରେ ଉତକ୍ଷିପ୍ତ ହୋଇ ନିଶାଶକ୍ତ ଆଲୋକ ଓ ମହେଶ ଏଏଏସଆଇଙ୍କୁ ମାଡ଼ ମାରିବା ସହ ଜାବୁଡି ଧରିଥିଲେ । ଯୁବକଙ୍କ କବଳରୁ ରକ୍ଷା ପାଇବାକୁ ପୋଲିସ ଅଫିସର ଜଣକ ଚିତ୍କାର କରିଥିଲେ । ବିକଳରେ ସେ ସ୍ଥାନୀୟ ଲୋକଙ୍କୁ ସାହାଯ୍ୟ ମାଗିଥିଲେ । ସ୍ଥାନୀୟ ଲୋକମାନେ ଦୁଇ ଯୁବକଙ୍କ କବଳରୁ ପୋଲିସ ଅଫିସରଙ୍କୁ ମୁକ୍ତ କରିଥିଲେ । ଦୁଇ ମଦୁଆଙ୍କ ଠାରୁ ମାଡ଼ ଖାଇଥିବା ଭିଡ଼ିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଅଭିଯୁକ୍ତ ଦୁଇ ଯୁବକଙ୍କୁ ପୋଲିସ ଆଜି ଗିରଫ କରି କୋର୍ଟ ଚାଲାଣ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲ ଇଞ୍ଜେକସନ ନେଲା ୫ ଜୀବନ 🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଭୁଲ ଇଞ୍ଜେକସନ ନେଲା ୫ ଜୀବନ 🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌