ସିଂହବାହିନୀ ବେଶରେ ମା’ ଭଦ୍ରକାଳୀ

ଭଦ୍ରକ (ବଡ଼ ଖବର ବ୍ୟୁରୋ): ମା’ ଭଦ୍ରକାଳୀଙ୍କ ପୂଜାର ଆଜି ହେଉଛି ଚତୁର୍ଥ ଦିନ । ମା’ଙ୍କ ପୂଜା ଉପଲକ୍ଷେ ସପ୍ତମ ଦିବସ ବ୍ୟାପୀ ମହାଯଜ୍ଞର ଚତୁର୍ଥ ଦିବସରେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀ ଆଜି “ସିଂହବାହିନୀ’ ବେଶରେ ପୂଜା ପାଉଛନ୍ତି। କୋଭିଡ କଟକଣା ଯୋଗୁ ଭକ୍ତମାନଙ୍କ ପାଇଁ ମା’ଙ୍କ ଦର୍ଶନ ନିମନ୍ତେ ପ୍ରଶାସନ ତରଫରୁ କଟକଣା ଲାଗୁ କରାଯାଇଛି। ମା’ଙ୍କୁ ଆଜି ପୀଠରେ ଦୁର୍ଗତିନାଶିନୀ ସିଂହବାହିନୀ ବେଶରେ ପୂଜା କରାଯାଇଛି। ମା’ଙ୍କ ବାହନ ସିଂହ ହୋଇଥିବାବେଳେ ନାଲିପାଟ ବସ୍ତ୍ର ପରିଧାନ କରି ସ୍ୱର୍ଣ୍ଣ ଓ ରୌପ୍ୟ ଅଳଙ୍କାରରେ ଭୂଷିତ ହୋଇଛନ୍ତି ମା’। ଚାରି ହସ୍ତରେ ଖଡ୍ଗ, ତ୍ରିଶୂଳ, ଶଙ୍ଖ, ଚକ୍ର ଧାରଣ କରି ଚତୁର୍ଦ୍ଧା ମୂର୍ତ୍ତିରେ ପ୍ରକଟ ହୋଇଛନ୍ତି ମା’। ମା’ଙ୍କୁ ଏହି ବେଶରେ ଦର୍ଶନ କଲେ ଭକ୍ତଙ୍କର ଗ୍ରହଦଶା, ରିଷ୍ଠ ଖଣ୍ଡନ ତଥା ସମସ୍ତ ବିପଦ ଦୂର ହୁଏ ବୋଲି ବିଶ୍ୱାସ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ