Masthead

ଦେଢ଼ ମାସ ପରେ ସଫଳତା

ଲୋଇସିଂହା (ବଡ଼ ଖବର ବ୍ୟୁରୋ): କାଠ ଚୋରି କରି ଖସିଯାଇଥିଲେ । ଦୀର୍ଘ ଦେଢ଼ ମାସ ପରେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ଜଙ୍ଗଲ ମାଫିଆ । ମଙ୍ଗଳବାର ଲୋଇସିଂହା ବନ ବିଭାଗ ଦୁଇ ଜଣ କାଠ ମାଫିଆଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ କୁଶଙ୍ଗ ଗାଁର ସାମନ୍ତ ବେହେରା ଓ ତାଳଜୁରୀ ଗାଁର ସୁରେଶ ସାହୁ । ଏମାନେ ସେପ୍ଟେମ୍ବର ୨୮ ରାତିରେ ମହଦାସୁନି ସଂରକ୍ଷିତ ଜଙ୍ଗଲରୁ କାଠ ଚୋରି କରି ଟ୍ରାକ୍ଟର ଯୋଗେ ଫଲସାମାଲ-ଡୁମେରଝରନ ରାସ୍ତାରେ ଚାଲାଣ କରିଥିଲେ । ବନ ବିଭାଗ କର୍ମଚାରୀ ଆସିବାରୁ ଅନ୍ଧାରର ସୁଯୋଗ ନେଇ ଖସି ପଳାଇଥିଲେ । ଯଦିଓ ସେତେବେଳେ ଟ୍ରାକ୍ଟର ଓ କାଠ ଜବତ କରାଯାଇଥିଲା କିନ୍ତୁ ଦୁଇ ଅଭିଯୁକ୍ତ ଫେରାର ହୋଇଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ