ମୁଖ୍ୟମନ୍ତ୍ରୀଙ୍କୁ ଓୟୁଜେର ୪ଦଫା ଦାବିପତ୍ର

ଦେବଗଡ଼ (ବଡ଼ ଖବର ବ୍ୟୁରୋ): ଓଡ଼ିଶା ସାମ୍ବାଦିକ ୟୁନିଅନ (ଓୟୁଜେ)ର ନିଷ୍ପତ୍ତିକ୍ରମେ ଦେବଗଡ଼ ଜିଲ୍ଲା ଓୟୁଜେ ଶାଖା ପକ୍ଷରୁ ସାମ୍ବାଦିକମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଆଜି ୪ଦଫା ଦାବି ସମ୍ବଳିତ ଏକ ପତ୍ର ପ୍ରଦାନ କରାଯାଇଛି । ଓୟୁଜେ ରାଜ୍ୟ ସାଧାରଣ ସମ୍ପାଦକ ଅଶୋକ କୁମାର ନନ୍ଦଙ୍କ ନେତୃତ୍ୱରେ ଗଠିତ ଏକ ଦଳ ଦେବଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଯାଇ ତାଙ୍କ ଅନୁପସ୍ଥିତିରେ ଉପଜିଲ୍ଲାପାଳ ଯଶୋବନ୍ତ ଦେହୁରୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ । ସାମ୍ବାଦିକମାନଙ୍କ ନିମନ୍ତେ ରାଜ୍ୟରେ ତୁରନ୍ତ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ କରିବା, ସାମ୍ବାଦିକମାନଙ୍କ ନିମନ୍ତେ ରହିଥିବା ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟବୀମା ରାଶିକୁ ୨ ଲକ୍ଷରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରିବା, ସାମ୍ବାଦିକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଘୋଷିତ ସମସ୍ତ ସୁବିଧା ସୁଯୋଗ ଲାଗୁ କରାଯିବା ଓ ଅନ୍ୟ ରାଜ୍ୟମାନଙ୍କ ଭଳି ଓଡ଼ିଶାର ଅବସରପ୍ରାପ୍ତ ସାମ୍ବାଦିକଙ୍କ ପାଇଁ ତୁରନ୍ତ ପେନସନ ଯୋଜନା ଲାଗୁ କରିବାକୁ ଦାବିପତ୍ରରେ ଉଲ୍ଲେଖ ରହିିଛି । ଶୀଘ୍ର ଏହି ଦାବିଗୁଡ଼ିକ ପୂରଣ କରା ନ ଗଲେ ଆଗାମୀ ଦିନରେ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରାଯିବ ବୋଲି ଓୟୁଜେ ରାଜ୍ୟ ସାଧାରଣ ସମ୍ପାଦକ ନନ୍ଦ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ