Masthead

ଭିଜିଲାନ୍ସ ଜାଲରେ ସରକାରୀ ବାବୁ

ନିମାପଡ଼ା (ବଡ଼ ଖବର ବ୍ୟୁର): ଲାଞ୍ଚ ନେବା ସମୟରେ ପୁରୀ ଜିଲ୍ଲା ନିମାପଡା ସହକାରୀ ଉଦ୍ୟାନ ବିଭାଗ ଅଧିକାରୀ ରମାକାନ୍ତ ପରିଡ଼ାଙ୍କୁ ଭୁବନେଶ୍ୱର ଭିଜିଲାନ୍ସ ବିଭାଗର କର୍ମଚାରୀମାନେ ଗିରଫ କରିଛନ୍ତି । ନିମାପଡା ବ୍ଲକ କୋଠକୁସାଙ୍ଗ ପଂଚାୟତ କାଜିପୁର ଗ୍ରାମର ଝରଣା ସାମନ୍ତରାୟଙ୍କୁ ଛତୁଚାଷ ଯୋଜନାରେ ୬୦ହଜାର ଟଙ୍କା ସବସିଡି କରାଇଦେବା ପାଇଁ ସହକାରୀ ଉଦ୍ୟାନ ବିଭାଗ ଅଧିକାରୀ ରମାକାନ୍ତ ପରିଡ଼ା ୧୦ ହଜାର ଟଙ୍କା ଦାବି କରିଥିଲେ । ଏ ସମ୍ପର୍କରେ ଝରଣା ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ । ଝରଣା ଗତକାଲି ସନ୍ଧ୍ୟାରେ ଉଦ୍ୟାନ ବିଭାଗ କାର୍ୟ୍ୟାଳୟରେ ରମାକାନ୍ତ ପରିଡ଼ା ଲାଞ୍ଚ ନେଉଥିବା ବେଳେ ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ ବିଭାଗର ଡ଼ିଏସପି ଅକ୍ଷୟ କୁମାର ମିଶ୍ରଙ୍କ ନେତୃତ୍ୱରେ କର୍ମଚାରୀମାନେ ତାଙ୍କୁ ଗିରଫ କରିଥିଲେ । ପରେ ତାଙ୍କୁ ଭିଜିଲାନ୍ସ ବିଭାଗ କର୍ମଚାରୀମାନେ ଭୁବନେଶ୍ୱର ନେଇଛନ୍ତି । ପ୍ରକାଶ ଥାଉକି ନିମାପଡା ଉଦ୍ୟାନ ବିଭାଗ ର ଅନେକ ଯୋଜନା ସାଧାରଣ ଲୋକଙ୍କ ନିକଟରେ ପହଁଚି ପାରୁ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ