Masthead

ରାଜଧାନୀରେ ତଳମୁହାଁ କରୋନା ଗ୍ରାଫ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କମୁଛି ସଂକ୍ରମଣ। ରାଜଧାନୀ ଭୁବନେଶ୍ଵରରେ ଦିନକୁ ଦିନ ଖସିବାରେ ଲାଗିଛି କରୋନା ସଂକ୍ରମଣ। ଭୁବନେଶ୍ୱରରେ ଆଜି ଦିନକରେ ୪୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛି। ଭୁବନେଶ୍ୱରରେ ଗତ କିଛି ଦିନ ହେବ ଲଗାତର କରୋନା ଗ୍ରାଫ କମିବାରେ ଲାଗିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୯ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୭ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଅନ୍ୟପଟେ ଆଜି ଦିନକରେ ୬୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୩୩୦ରେ ପହଞ୍ଚିଛି। ସେହିପରି ରାଜଧାନୀରେ ମୋଟ ୨୯୪୭୯ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ, ୬୨୯ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଅନ୍ୟପଟେ ଏଯାବତ୍ ରାଜଧାନୀରେ ମୋଟ୍ ୨୦୧ଜଣଙ୍କର ମୃତ୍ୟୁ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ