Masthead

ଅଗ୍ନିକାଣ୍ଡରେ ଲକ୍ଷାଧିକ ସମ୍ପତ୍ତି ନଷ୍ଟ

ସାଲେପୁର (ବଡ଼ ଖବର ବ୍ୟୁରୋ): ଅଗ୍ନିକାଣ୍ଡରେ ଲକ୍ଷାଧିକ ସମ୍ପତି ନଷ୍ଟ। କଟକ ଜିଲ୍ଲା ସାଲେପୁର ବ୍ଲକ କୁଳସମିତଙ୍ଗା ଗ୍ରାମର ଅଜିତ୍ କୁମାର ସାହୁଙ୍କ ଘରେ ଘଟିଛି ଅଗ୍ନିକାଣ୍ଡ। କୌଣସି କାରଣରୁ ନିଆଁ ଲାଗି ଅଜିତଙ୍କ ଘରର ସମସ୍ତ ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି। ନଷ୍ଟ ହୋଇଥିବା ସାମଗ୍ରୀର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି କୁହାଯାଉଛି । ଘରେ କେହି ନ ଥିବାବେଳେ ଏଭଳି ଘଟଣା ଘଟିଥିବା ସୂଚନା ମିଳିଛି। ନିଆଁ ଲାଗିଯିବା ଫଳରେ ଅଜିତଙ୍କ ପଡ଼ୋଶୀ ପାଣି ପକାଇ ନିଆଁକୁ କିଛି ସମୟ ଆୟତ କରିଥିଲେ । ଦମକଳ ବାହିନୀ ପହଞ୍ଚି ନିଆଁକୁ ସମ୍ପୂର୍ଣ୍ଣ ଲିଭାଇଥିଲା। ଅଜିତଙ୍କ ପରିବାର ଲୋକେ ତନ୍ତ ମାଧ୍ୟମରେ ଲୁଗା ବୂଣି ରୋଜଗାର କରୁଥିଲେ । ମାତ୍ର ଅଗ୍ନକାଣ୍ଡରେ ତନ୍ତ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଫଳରେ ପରିବାର ଜୀବିକା ହରାଇଛନ୍ତି । ଅଗ୍ନିକାଣ୍ଡର କାରଣରୁ ଜଣାପଡ଼ି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ