Masthead

ସ୍ଥାୟୀ ଡାକ୍ତର ନିଯୁକ୍ତି ଦାବିରେ ରାସ୍ତାରୋକ

ନରସିଂହପୁର (ବଡ଼ ଖବର ବ୍ୟୁରୋ): କଟକ ଜିଲ୍ଲା ନରସିଂହପୁର ବ୍ଲକ ଯୋଡ଼ୁମୁ ଡାକ୍ତରଖାନାରେ ସ୍ଥାୟୀ ଡାକ୍ତର ନିଯୁକ୍ତି ଦାବିରେ ରାସ୍ତା ଅବରୋଧ କରିଥିଲେ ସ୍ଥାନୀୟ ଲୋକେ । ନରସିଂହପୁର ବିଜେପି ୧୬ନଂ ଜୋନ ସଭାପତି ବିଜୟ କୁମାର ସୁବୁଦ୍ଧି ଓ ଜିଲ୍ଲା ପରିଷଦ ସଦସ୍ୟା ଜାହ୍ନବୀ ପ୍ରଧାନଙ୍କ ନେତୃତ୍ୱରେ ରେଗେଡ଼ା, ଯୋଡୁମୁ, ଜିଲିଣ୍ଡା ଆଦି ପଞ୍ଚାୟତର ଶତାଧିକ ଲୋକ ଜିଲିଣ୍ଡାଠାରେ ନରସିଂହପୁର-କମଳାଡିହ ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ସ୍ଥାନୀୟ ବିଜେପି ନେତା ବିଜୟ କୁମାର ଦଳବେହେରା ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକୁ ସମର୍ଥନ କରିବା ସହ ଡାକ୍ତରଖାନାରେ ସ୍ଥାୟୀ ଡାକ୍ତର ନିଯୁକ୍ତି ଦାବି କରିଥିଲେ । ମେଡିକାଲ କ୍ୱାର୍ଟର୍ସ ଓ ବିଭିନ୍ନ ସମସ୍ୟା ପାଇଁ ସ୍ଥାନୀୟ ବିଧାୟକ ଦେବୀ ପ୍ରସାଦ ମିଶ୍ର ଓ ରାଜ୍ୟ ସରକାର ଦାୟୀ ବୋଲି ସେ କହିଥିଲେ । ଦାବି ପୂରଣ ନ ହେଲେ ଆଗାମୀ ଦିନରେ ବିଜେପିର ଆନ୍ଦୋଳନ ତୀବ୍ର ହେବ ବୋଲି ଚେତାବନୀ ଦେଇଛନ୍ତି ଦଳବେହେରା। ଅନ୍ୟପଟେ କାନପୁର ଡାକ୍ତରଖାନା ଅଧିକାରୀ ଡା. ଦେବାଶିଷ ଜେଠୀ ଆନ୍ଦୋଳନସ୍ଥଳରେ ପହଞ୍ଚି ସ୍ଥାୟୀ ଡାକ୍ତର ନିଯୁକ୍ତି ନ ହେବା ପର୍ଯ୍ୟନ୍ତ ସେ ନିଜେ ଯୋଡୁମୁରେ ରହି ଲୋକଙ୍କ ସେବା କରିବାକୁ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ହଟିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା