Masthead

ଆଜିଠୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନ ଆଜିଠୁ ଆରମ୍ଭ ହୋଇଛି । ଡିସେମ୍ବର ୩୧ ଯାଏ ଚାଲିବାକୁ ଥିବା ଏହି ଅଧିବେଶନର ପ୍ରଥମ ଦିନରେ ଦିବଂଗତ ସଦସ୍ୟମାନଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଥିଲା । ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ । ଏହାକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, କଂଗ୍ରେସ ବିଧାୟକ ଦଳନେତା ନରସିଂହ ମିଶ୍ର ସମର୍ଥନ କରିଥିଲେ । ଶୋକ ପ୍ରସ୍ତାବ ଗୃହିତ ହେବାପରେ ଗୃହକୁ ଅପରାହ୍ନ ୩ଟା ଯାଏ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।

ଅପରାହ୍ନରେ ଚଳିତ ବର୍ଷ ପାଇଁ ଅତିରିକ୍ତ ବଜେଟ୍ ଉପସ୍ଥାପନ କରାଯିବ । ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାହାରୀ ୧୧ ହଜାର ୨ ଶହ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିବେ । ଆସନ୍ତା ୨୯ ତାରିଖ ଆପ୍ରୋପ୍ରିଏସନ ବିଲ୍ ଆଗତ ହେବ ।

ଏଥର ଅଧିବେଶନ ମୋଟ ୧୦ଟି ବିଲ୍ ଆଗତ ହେବ । ୩ ଅଧ୍ୟାଦେଶକୁ ଆଇନରେ ପରିଣତ କରିବା ପାଇଁ ପ୍ରସ୍ତାବ ଆସିବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି । କୋଭିଡ୍ କଟକଣା ମଧ୍ୟରେ ଚାଲିଥିବା ଏହି ଅଧିବେଶନରେ ସମସ୍ତ ପ୍ରତିକାର ମୂଳକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ବିଧାୟକ ଓ ମନ୍ତ୍ରୀମାନଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ରଖାଯାଇଛି । ଏହା ବ୍ୟତୀତ ଅନେକ କଟକଣା ମଧ୍ୟ ଲାଗୁ ହୋଇଛି । ପୂର୍ବ ଅଧିବେଶନ ଭଳି ଏଥର ବି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୃହକାର୍ଯ୍ୟରେ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ