Masthead

ପୁରୀ ଆସି ତଦନ୍ତ କରିବେ ଏନଏଚଆରସି !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାର ବୀରମିତ୍ରପୁର ହାଜତ ମୃତ୍ୟୁ ଅଭିଯୋଗ ପ୍ରଶାସନକୁ ଅଡୁଆରେ ପକାଇଛି । ପୁରୀ ଘଟଣାକୁ ଏସପି ସ୍ୱୀକାର କରିଥିବା ବେଳେ ସୁନ୍ଦରଗଡ଼ ଘଟଣାକୁ ସେଠାକାର ଏସପି ମାନୁନାହାନ୍ତି । ଏସପିଙ୍କ ସ୍ୱୀକାରୋକ୍ତି ପରେ ପୁରୀରେ ଆଇନଶୃଙ୍ଖଳା ପରିସ୍ଥିତି ଜଟିଳ ହେବାରେ ଲାଗିଛି । ତେବେ ପୋଲିସ ସଜାଗ ଥିବାରୁ ପରିସ୍ଥିତି ସମ୍ପୃର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ।
ହାଇାକୋର୍ଟରେ ପୁରୀ ଘଟଣାକୁ ନେଇ ଜନସ୍ୱାର୍ଥ ମାମଲା ରୁଜୁ ହୋଇଥିବା ବେଳେ ଓଡ଼ିଶା ମାନବାଧିକାର କମିଶନ (ଓଏଚଆରସି)ରେ ମାମଲା ରୁଜୁ ହୋଇଛି ।

ଏଥିରେ ବିଜେପି ସନ୍ତୁଷ୍ଟ ହୋଇପାରିନାହିଁ । ଜାତୀୟ ମାନବାଧିକାର କମିଶନ (ଏନଏଚଆରସି)ରେ ଅପିଲ କରିଛି ବିଜେପି । ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ତଥା ଦଳର ମଣିପୁର ପ୍ରଭାରୀ ସମ୍ବିତ ପାତ୍ର ଏନଏଚଆରସିଙ୍କ ଦ୍ୱାରସ୍ଥ ହୋଇଛନ୍ତି । ସେ ତାଙ୍କ ଆବେଦନରେ ଦର୍ଶଇଛନ୍ତି ଯେ, ହାଜତ ମୃତ୍ୟୁ ପରେ ପୋଲିସ ଓ ମାନବୀୟ ଭାବେ ଶବ ସଂସ୍କାର କରି ଦେଇଛି । ମୃତଙ୍କ ବାପା, ମାଆ ଓ ଦାଦାଙ୍କୁ ଉଠାଇ ନେଇ ପୋଲିସ କେଉଁଠି ରଖିଛି ଜଣାନାହିଁ । ମୃତକଙ୍କ ବାପା, ମାଆ ଓ ଦାଦାଙ୍କ ସାମ୍ବିଧାନିକ ଅଧିକାର କ୍ଷୁର୍ଣ୍ଣ ହୋଇଛି । ହାଜତ ମୃତ୍ୟୁ ଘଟଣାରେ ସମ୍ପୃକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବିଜେପି ନେତା କମିଶନଙ୍କୁ ନିବେଦନ କରିଛନ୍ତି ।

ଗଣମାଧ୍ୟମକୁ ସୂଚନା ଦେଇ ସମ୍ବିତ କହିଛନ୍ତି ଯେ, ଏନଏଚଆରସି ଆବେଦନକୁ ଅତ୍ୟନ୍ତ ଗମ୍ଭୀରତାର ସହ ନେଇଛନ୍ତି । ଘଟଣାସ୍ଥଳକୁ ଯାଇ ତଦନ୍ତ କରିବାକୁ କମିଶନ ଭରସା ଦେଇଛନ୍ତି । ଘଟଣା ସମ୍ପର୍କରେ ରାଜ୍ୟ ସରକାରଙ୍କୁ ନୋଟିସ କରିବେ ବୋଲି ଏନଏଚଆରସି କହିଥିବା ସମ୍ବିତ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ