Masthead

ରାଜ୍ୟର ଋଣଭାର କେତେ ଜାଣିଛନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭାରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍ ଉପସ୍ଥାପିତ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, କରୋନା ମହାମାରୀ ଓଡ଼ିଶାର ଅର୍ଥବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି । ପ୍ରଭାବିତ ହୋଇଛି ରାଜସ୍ୱ ବିଭାଗ । ଚଳିତ ଆର୍ଥିକ ବର୍ଷର ପ୍ରଥମ ୬ମାସ ଶେଷ ସୁଦ୍ଧା କେନ୍ଦ୍ରୀୟ ହସ୍ତାନ୍ତର କମିଯାଇଥିବାରୁ ମୋଟ ରାଜସ୍ୱ ଆଦାୟ ୬.୫% ହ୍ରାସ ପାଇଛି । ଏହି ସମୟ ମଧ୍ୟରେ ରାଜ୍ୟର ନିଜସ୍ୱ ରାଜସ୍ୱ ୧.୭ ପ୍ରତିଶତ ବୃଦ୍ଧି ପାଇଛି । ୨୦୨୦ ସେପ୍ଟେମ୍ବର ଶେଷ ସୁଦ୍ଧା ରାଜସ୍ୱ ବଳକା ୬ ହଜାର ୭୯୦ କୋଟି ଟଙ୍କା । ସମୁଦାୟ ଋଣଭାର ୯୭ ହଜାର ୮୨୩ କୋଟି ଟଙ୍କା, ଯାହା ସାମଗ୍ରୀକ ରାଜ୍ୟ ଘରୋଇ ଉତ୍ପାଦର ୧୬.୪ ପ୍ରତିଶତ ବୋଲି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ