ଚିକିତ୍ସାଧୀନ ହାତୀର ମୃତ୍ୟୁ

ପାଲଲହଡ଼ା(ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜିଲ୍ଲା ଚୁଆନାଳି ଗ୍ରାମ ନିକଟରେ ୭/୮ ବର୍ଷର ଅସୁସ୍ଥ ମାଈହାତୀ ଆଜି ସକାଳେ ବନବିଭାଗ କର୍ମଚାରୀଙ୍କ ଦ୍ୱାରା ଉଦ୍ଧାର ହୋଇଥିଲା। ଆଜକୁ ପ୍ରାୟ ୩/୪ ଦିନ ହେବ ବନବିଭାଗ କର୍ମଚାରୀମାନେ ଖବର ପାଇ ହାତୀର ଅନୁସଂଧାନ ଜାରି ରଖିଥିଲେ । ଚୁଆନାଳି ଗ୍ରାମର ଫକୀର ପ୍ରଧାନଙ୍କ ବିଲରେ ହାତୀଟି ପଡ଼ି ରହିଥିବା ଦେଖି ଗ୍ରାମବାସୀ ବନବିଭାଗକୁ ଖବର ଦେଇଥିଲେ । ହାତୀ ଗୁରୁତର ଥିବାରୁ ସ୍ଥାନୀୟ ପ୍ରାଣୀ ଚିକିତ୍ସା ଅଧିକାରୀ ଚିକିତ୍ସା ଆରମ୍ଭ କରିଥିଲେ । ବହୁତ ଚେଷ୍ଟାପରେ ମଧ୍ୟ ହାତୀଟିକୁ ବଂଚାଇ ପାରିଲେ ନାହିଁ । ଶେଷରେ ହାତୀଟି ମୃତ୍ୟୁବରଣ କଲା । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ଜଣାପଡିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ