Masthead

ପରୀ ହତ୍ୟା: ବାଚସ୍ପତିଙ୍କ ରୁଲିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପରୀ ହତ୍ୟାକାଣ୍ଡ ଘଟଣାରେ ବିଧାନସଭାରେ ରୁଲିଂ ଆଣିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ଏନେଇ କାଲି ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ର ବିବୃତ୍ତି ରଖିବାକୁ ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି । ପରୀକୁ ନ୍ୟାୟ ନମିଳିବାରୁ ଆଜି ତାଙ୍କ ମାଆ ଓ ବାପା ବିଧାନସଭା ବାହାରେ ଆତ୍ମାହୁତି ଉଦ୍ୟମ କରିଥିଲେ । ଘଟଣାସ୍ଥଳରୁ ସୁରକ୍ଷିତ ଭାବେ ସେମାନଙ୍କୁ ଉଦ୍ଧାର କରିଥିଲା ପୋଲିସ । ତେବେ ପରୀର ମାଆ ଘଟଣାରେ ନୟାଗଡ ବିଧାୟକଙ୍କ ସମ୍ପୃକ୍ତି ଥିବା କହିଛନ୍ତି । ମନ୍ତ୍ରୀ ଅରୁଣ ସାହୁ ଘଟଣାକୁ ଚପାଇଦେବାକୁ ଚେଷ୍ଟା କରୁଥିବା ସେ ଅଭିଯୋଗ କରିଛନ୍ତି । ତେବେ କଡା ସୁରକ୍ଷାବଳୟରେ ଥିବା ବିଧାନସଭା ମୁଖ୍ୟ ଫାଟକ ସମ୍ମୁଖରେ କିଭଳି ଆତ୍ମହତ୍ୟା ଉଦ୍ୟମ କଲେ ତାହା ପୋଲିସ ଓ ଗୁଇନ୍ଦା ବିଭାଗର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ