ପରୀ ହତ୍ୟା: ବାଚସ୍ପତିଙ୍କ ରୁଲିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପରୀ ହତ୍ୟାକାଣ୍ଡ ଘଟଣାରେ ବିଧାନସଭାରେ ରୁଲିଂ ଆଣିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ଏନେଇ କାଲି ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ର ବିବୃତ୍ତି ରଖିବାକୁ ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି । ପରୀକୁ ନ୍ୟାୟ ନମିଳିବାରୁ ଆଜି ତାଙ୍କ ମାଆ ଓ ବାପା ବିଧାନସଭା ବାହାରେ ଆତ୍ମାହୁତି ଉଦ୍ୟମ କରିଥିଲେ । ଘଟଣାସ୍ଥଳରୁ ସୁରକ୍ଷିତ ଭାବେ ସେମାନଙ୍କୁ ଉଦ୍ଧାର କରିଥିଲା ପୋଲିସ । ତେବେ ପରୀର ମାଆ ଘଟଣାରେ ନୟାଗଡ ବିଧାୟକଙ୍କ ସମ୍ପୃକ୍ତି ଥିବା କହିଛନ୍ତି । ମନ୍ତ୍ରୀ ଅରୁଣ ସାହୁ ଘଟଣାକୁ ଚପାଇଦେବାକୁ ଚେଷ୍ଟା କରୁଥିବା ସେ ଅଭିଯୋଗ କରିଛନ୍ତି । ତେବେ କଡା ସୁରକ୍ଷାବଳୟରେ ଥିବା ବିଧାନସଭା ମୁଖ୍ୟ ଫାଟକ ସମ୍ମୁଖରେ କିଭଳି ଆତ୍ମହତ୍ୟା ଉଦ୍ୟମ କଲେ ତାହା ପୋଲିସ ଓ ଗୁଇନ୍ଦା ବିଭାଗର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ