Masthead

ଆରମ୍ଭ ହେଲା ଧାନମଣ୍ଡି

ରାୟଗଡା (ବଡ଼ ଖବର ବ୍ୟୁରୋ) :ରାମନାଗୁଡା ବ୍ଲକ ଚାକୁଣ୍ଡାରେ ଧାନମଣ୍ଡି ଉଦଘାଟିତ ହୋଇଛି। ଏହି କାର୍ୟ୍ୟକ୍ରମରେ ରାମନାଗୁଡା ତହସିଲଦାର ଜୟଶ୍ରୀ ମଲ୍ଲିକ,ରାମନାଗୁଡା ଲ୍ୟାମ୍ପ୍ସ ପରିଚାଳନା ନିର୍ଦ୍ଦେଶକ ବିଶିକେଶନ ରଥ,ଏଆରଟିଏସ ଟି.ଶବର,ରଞ୍ଜନ ନାୟକବେହେରା ପ୍ରମୁଖ ଉପସ୍ଥିତ ଥିଲେ । ଏଫକ୍ୟୁ ମାନର ଧାନ ମଣ୍ଡିକୁ ଆଣିବା ପାଇଁ ଚାଷୀଙ୍କୁ ପରାମର୍ଶ ଦିଆଯାଇଥିଲା। ସେହିପରି ୨୪ଘଣ୍ଟା ମଧ୍ୟରେ ଚାଷୀଙ୍କୁ ତାଙ୍କ ପ୍ରାପ୍ୟ ସିଧାସଳଖ ବ୍ୟାଙ୍କ ଆକାଉଣ୍ଟ ମାଧ୍ୟମରେ ପ୍ରଦାନ କରାଯିବ ବୋଲି କୁହାଯାଇଥିଲା । ଚଳିତ ବର୍ଷ ପ୍ରଥମ କରି ଚାକୁଣ୍ଡାରେ ଧାନମଣ୍ଡି ଉଦଘାଟିତ ହୋଇଛି । ଧାନର ସର୍ବାଧିକ ମୂଲ୍ୟ କ୍ୱିଣ୍ଟାଲ ପ୍ରତି ୧୮୮୮ଟଙ୍କା ହୋଇଥିବା ବେଳେ ସାଧାରଣ ଧାନର ମୂଲ୍ୟ ୧୮୬୮ଟଙ୍କା ରହିଛି। ପ୍ରତ୍ୟେକ ଶୁକ୍ରବାର ଚାକୁଣ୍ଡା ମଣ୍ଡି ଖୋଲାଯାଇ ଧାନକ୍ରୟ କରାଯିବ । ସୋମବାର ଉକୁମ୍ବା ପଞ୍ଚାୟତ, ମଙ୍ଗଳବାର ଗୁମୁଡା, ବୁଧବାର କୁଜେନ୍ଦ୍ରୀରେ ମଣ୍ଡି ଖୋଲାଯାଇ ଧାନକ୍ରୟ କରାଯିବ ବୋଲି କ୍ୟାମ୍ପସ ପରିଚାଳନା ନିର୍ଦ୍ଦେଶକ ବିଶିକେଶନ ରଥ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା