Masthead

କୋଣାର୍କ ମହୋତ୍ସବ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

କୋଣାର୍କ(ବଡ଼ ଖବର ବ୍ୟୁରୋ): ଆସନ୍ତା ଡିସେମ୍ବର ୧ ରୁ ଆରମ୍ଭ ହେବ କୋଣାର୍କ ମହୋତ୍ସବ । ୫ଦିନ ଧରି ଚାଲିବ ଏହି ମହୋତ୍ସବ । ପ୍ରସ୍ତୁତି ଏବେ ଶେଷ ପର୍ଯ୍ୟାୟରେ । ବିଭିନ୍ନ ପ୍ରକାରର ଆଲୋକ ମାଳା ଓ କଳାକୃତିରେ ଝଲିସି ଉଠିବ କୋଣାର୍କ ସହର। କୋଭିଡ କଟକଣା ମଧ୍ୟରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ଏହି ମହୋତ୍ସବ ଆୟୋଜିତ ହେଉଛି ।ପର୍ଯ୍ୟଟକମାନେ କିପରି ସୁରକ୍ଷିତ ଭାବେ ଏହାକୁ ଉପଭୋଗ କରିପାରିବେ ସେନେଇ ତପ୍ତରତା ପ୍ରକାଶ ପାଇଛି। ଚଳିତବର୍ଷ ବାଲୁକା କଳା ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି । ୨୦ରୁ ଉର୍ଦ୍ଧ  ବାଲୁକା କଳା ପ୍ରଦର୍ଶନ ପାଇଁ ରାଜ୍ୟର କୋଣ ଅନୁକୋଣରୁ ଅନେକ ବାଲୁକାଶିଳ୍ପୀ ଏଠାକୁ ଆସିବେ । ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ଵାରା ଏହା ପରିଚାଳିତ ହେବ। ଏହା ସହିତ ଭୁବନେଶ୍ୱର ବିକେ କଲେଜ ଅଫ ଆର୍ଟ ଆଣ୍ଡ କ୍ରାଫ୍ଟ ପକ୍ଷରୁ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ମୁକ୍ତାକାଶ ରଙ୍ଗମଞ୍ଚ ଆୟୋଜିତ ହୋଇଛି । ସେପଟେ କରୋନା କାଳରେ ଆୟୋଜିତ ହେଉଥିବା ଏହି ମହୋତ୍ସବକୁ ବିରୋଧ କରି ମାନବ ଅଧିକାର କର୍ମୀ ଏନ ଏସ୍ ଶାହା ଅନଶାରୀ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । ଗୋଷ୍ଠୀ ସଂକ୍ରମଣ ବଢିବା ସନ୍ଦେହରେ ନ୍ୟାୟାଧୀଶଙ୍କ ନିକଟରେ ଅପିଲ କରିଥିବା ଅନସାରି କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ