Masthead

ଅଙ୍ଗନୱାଡ଼ି କର୍ମୀଙ୍କୁ ସଙ୍ଘବଦ୍ଧ ଆକ୍ରମଣ

ନୂଆପଡ଼ା(ବଡ଼ ଖବର ବ୍ୟୁରୋ): ସିନାପାଲି ବ୍ଲକସ୍ଥିତ ଅଙ୍ଗନୱାଡ଼ି କେନ୍ଦ୍ରରେ ସଙ୍ଘବଦ୍ଧ ଆକ୍ରମଣ । ଆକ୍ରମଣରେ ଆହତ ହୋଇଛନ୍ତି ଅଙ୍ଗନୱାଡ଼ି କର୍ମୀ । ତାଙ୍କ ନାମ ଉର୍ମିଳା ସୁନାନି । ଏହି ଘଟଣାରେ ଅଙ୍ଗନବାଡ଼ି ସଙ୍ଘ ସଭାନେତ୍ରୀ କବିତା ସାହୁ ଖଡ଼ିଆଳ ଏସଡ଼ିପିଓ ବିରଞ୍ଚି ପ୍ରସାଦ ଦେହୁରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଦେଇଛନ୍ତି ଦାବିପତ୍ର । ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ପାଇଁ ସଂଘ ପକ୍ଷରୁ ଦାବି କରାଯାଇଛି ।ଗତ ୨୫ ତାରିଖରେ ଅଙ୍ଗନୱାଡ଼ି କର୍ମୀ ଡ଼ଙ୍ଗରିଖୋଲ କେନ୍ଦ୍ରରେ ଜୋତା ବଣ୍ଟନ କରୁଥଲେ । ପୂର୍ବ ଯୋଜନା ଅନୁସାରେ କିଛି ଲୋକ ମିଳିତ ହୋଇ ଉର୍ମିଳାଙ୍କୁ ଆକ୍ରମଣ କରିଥିଲେ । ଅଭିଯୁକ୍ତମାନେ ହେଲେ କ୍ଷୀରସିନ୍ଧୁ ହଂସ, ହେରାମ୍ବ ହଂସ, ପମା ହଂସ, ନମିତା ଗହୀର ପ୍ରମୁଖ । ସେମାନେ ଠେଙ୍ଗା ଓ ବାଡ଼ିରେ ଆକ୍ରମଣ କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ସିନାପାଲି ସ୍ୱାସ୍ଥ୍ୟକେନ୍ଦ୍ର ପରେ ଧର୍ମଗଡ଼ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଖଡ଼ିଆଳ ଏସଡ଼ିପିଓ ଘଟଣାର ତଦନ୍ତ କରିଥିଲେ । ଦାବିପତ୍ର ପ୍ରଦାନ ବେଳେ ସିନାପାଲି ଅଙ୍ଗନୱାଡ଼ି ସଙ୍ଘ ସଭାନେତ୍ରୀ ପ୍ରେମବଲ୍ଲବୀ ହରପାଲ, ସମ୍ପାଦିକା ଭାନୁମତି ନାୟକ ,ସୁନିତା ପଟେଲ, ପୁଷ୍ପାଞ୍ଜଳି ନାୟକ , ସିନାପାଲି ଜିଲ୍ଲାପରିଷଦ ସଦସ୍ୟ ପ୍ରିୟରଞ୍ଜନ ମେହର ପ୍ରମୁଖ ସାମିଲ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ