Masthead

ବିଧାୟକଙ୍କ ଘର ଉଚ୍ଛେଦ ଦାବି ଜୋର ଧରିଲା

ବଡ଼ମ୍ବା(ବଡ଼ ଖବର ବ୍ୟୁରୋ): ବଡ଼ମ୍ବା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଦେବୀପ୍ରସାଦ ମିଶ୍ରଙ୍କ ଘର ଭାଙ୍ଗିବା ପାଇଁ ବିଜେପି ପକ୍ଷରୁ ଆରମ୍ଭ ହୋଇଛି ଆନ୍ଦୋଳନ । ନରସିଂହପୁର ତହସିଲର ଡମକଟା ମୌଜାର କାତାନଂ ୧୨୬, ପ୍ଳଟ ନଂ ୧୯୭ ଓ ୧୯୭/୫୨୬ କିସମ ବଗାୟତକୁ ଜବରଦଖଲ କରି ସେଠାରେ ଦସ୍ୱବ ମହଲା ଘର କରିଛନ୍ତି ବିଧାୟକ ଦେବୀ ମିଶ୍ର । ମୋଟ ୧/୯୮ ସରକାରୀ ଜମି ସେ ବେଆଇନ ଭାବେ ଦଖଲ କରିଛନ୍ତି ବୋଲି ବିଜେପି ଅଭିଯୋଗ କରିଛି । ଏହୀ ସରକାରୀ ଜମିକୁ ମାପଚିହ୍ନଟ କରି ଜବରଦଖଲ ଉଚ୍ଛେଦ ପାଇଁ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବପ୍ରସାଦ ପଣ୍ଡା ସ୍ଥାନୀୟ ତହସିଲଦାର ଆଲୋକ କୁମାର ଦେହୁରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ବିଧାୟକଙ୍କ ବେଆଇନ ଜବରଦଖଲ ଉଚ୍ଛେଦ ନହେଲେ ବିଜେପି ରାଜରାସ୍ତାକୁ ଓହ୍ଲାଇବ ବୋଲି ଶିବପ୍ରସାଦ ଚେତାବନୀ ଦେଇଛନ୍ତି । ସେପଟେ ବିଧାୟକ ଦେବୀପ୍ରସାଦ ମିଶ୍ର କହିଛନ୍ତି ବିଜେପି ବାଉଳା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼