Masthead

ସବୁ ଥାନାରେ ସିସିଟିଭି ବାଧ୍ୟତାମୂଳକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସବୁ ଥାନାରେ ସିସିଟିଭି ବାଧ୍ୟତାମୂଳକ । ହାଜତ ମୃତ୍ୟୁକୁ ନେଇ ସୁପ୍ରିମକୋର୍ଟ ଦେଇଛନ୍ତି ଏଭଳି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ । ଦେଶର ସବୁ ଥାନାରେ ସିସିଟିଭି ଲଗାଇବା ବାଧ୍ୟତାମୂଳକ ବୋଲି ଏକ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଏଭଳି ନିର୍ଦ୍ଦେଶ ଦେଇଛନ୍ତି । ସିବିଆଇ,ଆଇଏନଏ, ଇଡି ଅଫିସରେ ବି ଲାଗିବ ସିସିଟିଭି । ହାଜତ ପ୍ରବେଶ ଓ ପ୍ରସ୍ଥାନ ଉପରେ ବି ନଜର ରଖିବ ସିସିଟିଭି । ସିସିଟିଭି କ୍ୟାମେରା ସହ ଅଡିଓ ରେକର୍ଡିଂ ସିଷ୍ଟମ ଲଗାଇବାକୁ ବାଧ୍ୟ ବୋଲି କହିଛନ୍ତି ସୁପ୍ରିମକୋର୍ଟ । ଭିଡିଓ, ଅଡିଓ ରେକର୍ଡିଂ ପ୍ରମାଣ ପାଇଁ ୧୮ ମାସ ରଖାଯିବାକୁ ନିର୍ଦ୍ଦେଶରେ ସ୍ପଷ୍ଟ କରାଯାଇଛି । ସମସ୍ତ ରାଜ୍ୟ ସରକାର ୬ ସପ୍ତାହରେ ଜଣାଇବାକୁ ସର୍ବୋଚ୍ଚ ଅଦାଲତ କହିଛନ୍ତି । ପଞ୍ଜାବର ଏକ ହାଜତ ମୃତ୍ୟୁ ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ