Masthead

ଟ୍ରେନ ଧକ୍କାରେ ହାତୀ ମୃତ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ଟ୍ରେନ ଧକ୍କାରେ ହାତୀର ମୃତ୍ୟୁ । ସମ୍ବଲପୁର ଜିଲ୍ଲା ଯୁଯୁମୁରା ଓ ହାତୀବାରୀ ଷ୍ଟେସନ ମଧ୍ୟରେ ଘଟିଛି ଘଟଣା । ଗତକାଲି ସଂଧ୍ୟା ପ୍ରାୟ ୭.୩୦ ମିନିଟରେ ଦନ୍ତା ହାତୀର ମୄତ୍ୟୁ ହୋଇଛି । ଘଟଣା ସ୍ଥଳରେ ବନବିଭାଗର କର୍ମଚାରୀ ପହଞ୍ଚି କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା ସେନେଇ ତଦନ୍ତ ଜାରି ରହିଛି । ରେଲବାଇ ତରଫରୁ ମଧ୍ୟ ଘଟଣାର ତର୍ଜମା ଆରମ୍ଭ ହୋଇଛି । ବିଗତ ପାଞ୍ଚ ଦିନ ତଳେ ସମ୍ବଲପୁର ସଦର ରେଞ୍ଜ ଅଞ୍ଚଳରେ ବିଦ୍ୟୁତ ଆଘାତରେ ହାତୀର ମୃତ୍ୟୁ ହୋଇଥିଲା । ଆଜି ପୁଣି ଏକ ହାତୀର ଟ୍ରେନ ଧକ୍କାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ବନବିଭାଗର ପରିଚାଳନା ଉପରେ ସାଧାରଣରେ ପ୍ରଶ୍ନବାଚି ସୃଷ୍ଟି ହୋଇଛି । ଭୁବନେଶ୍ୱର -ରାଉରକେଲା ଇଣ୍ଟରସିଟି ଟ୍ରେନଟି ଭୁବନେଶ୍ୱରରୁ ଫେରୁଥିବା ବେଳେ ଗଡଗଡବାହାଳ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ