Masthead

ଡଙ୍ଗା ବୁଡ଼ି ଜଣେ ମୃତ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ନଦୀ ପାର ହୋଇ ବିଲକୁ ଯାଇଥିଲେ । କାମ ସାରି ଘରକୁ ଫେରୁଥିବା ବେଳେ ଡଙ୍ଗା ବୁଡି ମହିଳା ମୃତ । ସ୍ୱାଭିମାନ ଅଞ୍ଚଳ ମାଲକାନଗିରି ଜିଲ୍ଲାରୁ ଆସିଛି ଏଭଳି ଦୁଃଖଦ ଖବର । ଅନେକ ଖୋଜା ଖୋଜି ପରେ ମୃତ ଦେହକୁ ଠାବ କଲା ଓଡ୍ରାଫ ଟିମ । ମୃତକ ହେଲେ ପାପଲୁର ଥାନା କୁର୍ମାନୁର ଗ୍ରାମର ଲାଚିମାମ ପଲାସି । ସେ ଜମିରେ ସୁଆଁ ଚାଷ ଅମଳ କରି ଦେଶୀ ଡଙ୍ଗାରେ ଘରକୁ ଫେରୁଥିବା ସମୟରେ ଡଙ୍ଗାଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ପରିବାର ଲୋକେ ଓଡ୍ରାଫ ଟିମକୁ ଯୋଗାଯୋଗ କରିଥିଲେ । ଓଡ୍ରାଫ ଟିମ ଓ ଚିତ୍ରକୋଣ୍ଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅନେକ ଖୋଜା ଖୋଜି କରିବା ପରେ ମୃତଦେହ ଠାବ କରିଛନ୍ତି । ଶବ ବ୍ୟବଛେଦ ପରେ ପରିବାର ବର୍ଗଙ୍କୁ ଶବ ହସ୍ତାନ୍ତର କରାଯିବ ବୋଲି ଚିତ୍ରକୋଣ୍ଡା ଥାନା ଅଧିକାରୀ ସୂଚନା ଦେଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ