Masthead

ଡଙ୍ଗା ବୁଡ଼ି ଜଣେ ମୃତ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ନଦୀ ପାର ହୋଇ ବିଲକୁ ଯାଇଥିଲେ । କାମ ସାରି ଘରକୁ ଫେରୁଥିବା ବେଳେ ଡଙ୍ଗା ବୁଡି ମହିଳା ମୃତ । ସ୍ୱାଭିମାନ ଅଞ୍ଚଳ ମାଲକାନଗିରି ଜିଲ୍ଲାରୁ ଆସିଛି ଏଭଳି ଦୁଃଖଦ ଖବର । ଅନେକ ଖୋଜା ଖୋଜି ପରେ ମୃତ ଦେହକୁ ଠାବ କଲା ଓଡ୍ରାଫ ଟିମ । ମୃତକ ହେଲେ ପାପଲୁର ଥାନା କୁର୍ମାନୁର ଗ୍ରାମର ଲାଚିମାମ ପଲାସି । ସେ ଜମିରେ ସୁଆଁ ଚାଷ ଅମଳ କରି ଦେଶୀ ଡଙ୍ଗାରେ ଘରକୁ ଫେରୁଥିବା ସମୟରେ ଡଙ୍ଗାଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ପରିବାର ଲୋକେ ଓଡ୍ରାଫ ଟିମକୁ ଯୋଗାଯୋଗ କରିଥିଲେ । ଓଡ୍ରାଫ ଟିମ ଓ ଚିତ୍ରକୋଣ୍ଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅନେକ ଖୋଜା ଖୋଜି କରିବା ପରେ ମୃତଦେହ ଠାବ କରିଛନ୍ତି । ଶବ ବ୍ୟବଛେଦ ପରେ ପରିବାର ବର୍ଗଙ୍କୁ ଶବ ହସ୍ତାନ୍ତର କରାଯିବ ବୋଲି ଚିତ୍ରକୋଣ୍ଡା ଥାନା ଅଧିକାରୀ ସୂଚନା ଦେଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ