Masthead

ଆଜି ଭାରତ ବନ୍ଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : କେନ୍ଦ୍ର ସରକାରଙ୍କ ନୂତନ କୃଷି ବିଲକୁ ବିରୋଧ କରି ଆଜି ଦେଶ ବ୍ୟାପୀ ଭାରତ ବନ୍ଦ ଡାକରା ଦିଆଯାଇଛି । କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ଭାରତ ବନ୍ଦ ଡାକରା ଦେଇଛି କୃଷକ ସଙ୍ଗଠନ । ଓଡ଼ିଶାରେ ମଧ୍ୟ ଏହାର ପ୍ରଭାବ ଆଜି ଦେଖିବାକୁ ମିଳିଛି । ରାଜ୍ୟର ବିଭିନ୍ନ ଜିଲ୍ଲା ମାନଙ୍କରେ ଏଥିପାଇଁ ଆନ୍ଦୋଳନ ଆରମ୍ଭ ହୋଇଗଲାଣି । ଭାରତ ବନ୍ଦକୁ ଏଥର ପୂର୍ଣ୍ଣ ସମର୍ଥନ କରିଛି ଓଡ଼ିଶା କଂଗ୍ରେସ । ମାଲକାନଗିରି ଜିଲ୍ଲାରେ ସି.ପି.ଏମ ,କଂଗ୍ରେସ ଓ ଆଦିବାସୀ ମହାସଂଘ ପକ୍ଷରୁ ରାସ୍ତା ରୋକ କରାଯାଇଛି । ବିଭିନ୍ନ ସ୍ଥାନରେ ଦଳିୟ କର୍ମୀ ଓ ଆଦିବାସୀ ଆନ୍ଦୋଳନ କରିବା ସହ ରାସ୍ତା ରୋକ କରିଛନ୍ତି । କୃଷି ବିଲ ପ୍ରତ୍ୟାହାର କରିବା ସହ ପେଟ୍ରୋଲ ଡିଜେଲର ଦର ମଧ୍ୟ ହ୍ରାସ କରିବା ଲାଗି ଦାବି ହୋଇଛି ।

ପିପିଲି କଂଗ୍ରେସ ନେତା ଅଜିତ ମଙ୍ଗରାଜଙ୍କ ନେତୃତ୍ୱରେ ପୁରୀ ଜାତୀୟ ରାଜପଥର ସାତଶଙ୍ଖ ଠାରେ ରାଜରାସ୍ତାରେ ଟାୟାର ଜାଳି ରାସ୍ତା ଅବରୋଧ କରାଯାଇଛି ।

ସେହିପରି ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ୬ଟି ବ୍ଲକରେ ଆନ୍ଦୋଳନକାରୀଙ୍କ ପିକେଟିଂ ହେତୁ ରାସ୍ତା ଘାଟରେ ଗାଡି ଚଳାଚଳ ସଂପୂର୍ଣ୍ଣ ବନ୍ଦ ରହିଛି । ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବା ସହ ଦୋକାନ ବଜାର ଖୋଲିବାକୁ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା