Masthead

ସାର୍ତ୍ତୃଲରେ ବାଘ ଆତଙ୍କ

କୋଟଗଡ଼(ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା କୋଟଗଡ଼ ବ୍ଲକର ସାର୍ତ୍ତୃଲ ଗ୍ରାମରେ ବାଘର ଆତଙ୍କ । ସେହି ଗ୍ରାମରେ କିଛି ଦିନ ହେଲାଣି ଏକ ବାଘ ଆତଙ୍କ ଖେଳାଉଛି । ପ୍ରତିଦିନ ଦୁଇ ତିନିଟି ଗାଈ-ବଳଦ, ଛେଳି ମାରି ଖାଇ ଦେଉଥିବା ଗ୍ରାମବାସୀ ସୂଚନା ଦେଇଛନ୍ତି । କିଛି ଦିନ ହେବ ସାର୍ତ୍ତୃଲ ସମେତ ଆଖ ପାଖ ଗାଁର ଲୋକ ସନ୍ଧ୍ୟା ହେଲେ ଭୟରେ ଘରୁ ବାହାରି ପାରୁନାହାନ୍ତି । ଗ୍ରାମବାସୀ ନିତ୍ୟ ବ୍ୟବହାରିକ ସାମଗ୍ରୀ ହଉ ବା ସରକାରୀ କାଯ୍ୟକ୍ରମ ପାଇଁ ହଉ କୋଟଗଡ଼ ଉପରେ ନିର୍ଭର କରିଥାନ୍ତି । ଯାହାକି ସେହି ଜଙ୍ଗଲ ରାସ୍ତା ଦେଇ ଯିବା ଆସିବା କରିଥାନ୍ତି । ଏହା ଅଞ୍ଚଳବାସୀଙ୍କ ମନରେ ଭୟ ସୃଷ୍ଟି କରୁଛି । ଗ୍ରାମବାସୀ ବନ ବିଭାଗକୁ ଲିଖିତ ଅଭିଯୋଗ ଦେଇଛନ୍ତି । ଗ୍ରାମବାସୀଙ୍କ ଅଭିଯୋଗ ପାଇବା ପରେ ବନ ବିଭାଗର ଏକ ଦଳ ଘଟଣାର ତଦନ୍ତ ପାଇଁ ସାର୍ତ୍ତୃଲ ଯାଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼