Masthead

ଗଞ୍ଜେଇ ଚାଷୀ, ମାଫିଆ ଉପରେ ପୋଲିସ ଓ ଅବକାରୀ ବିଭାଗର ଚଢ଼ାଉ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଅନୁଗୁଳ ଛେଣ୍ଡିପଦାରେ ଲକ୍ଷ ଲକ୍ଷ ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ଗଞ୍ଜେଇ ଚାଷ ଏବଂ ଗଞ୍ଜେଇ ମାଫିଆଙ୍କ ରାଜୁତି ଯୋଗୁଁ ସମଗ୍ର ଜିଲ୍ଲାରେ ଅଶାନ୍ତ ବାତାବରଣ ସୃଷ୍ଟି ହୋଇଥିଲା । ଜିଲ୍ଲା ପ୍ରଶାସନ ତରଫରୁ କ୍ରମାଗତ ଭାବେ ଏହି ଚଢାଉ ଜାରି ରହିଥିବା ବେଳେ ଆଜି ପୁଣି ଏହି ଚଢାଉ କରାଯାଇଥିଲା । ଏହି ଚଢାଉରେ ଅନୁଗୁଳ ଅବକାରୀ ବିଭାଗ , ଜଙ୍ଗଲ ବିଭାଗ ଓ ରାଜସ୍ୱ ବିଭାଗ ସାମିଲ ଥିବା ଜଣାପଡିଛି । ପ୍ରାୟ ୮୦ ଡିସିମିଲ ସରକାରୀ ଜମି ଉପରେ ବେଆଇନ ଗଞ୍ଜେଇ ଚାଷ କରଯାଇଥିବାବେଳେ ୯୫୬ଟି ଗଛ କଟାଯିବା ସହ ନିଆଁ ଲଗାଇ ପୋଡି ଦିଆଯାଇଥିବା ସୂଚନା ମିଳିଛି । ତେବେ ଏହି ଚଢାଉ ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା