Masthead

ହାତୀଖୋଜ ତଳେ ଫସଲ

ମୟୂରଭଞ୍ଜ (ବଡ଼ ଖବର ବ୍ୟୁରୋ): ପୁଣି ଲେଉଟିଲା ୩୩ ଟିକିଆ ଝାରଖଣ୍ଡି ହାତୀପଲ । ଗତ ରାତିରେ ଝାରଖଣ୍ଡ ସୀମାନ୍ତ ବାଘବୁଡା ଅଞ୍ଚଳରେ କୋଡ଼ିଆ ନାଳ ପାର ହୋଇ ସାରସକଣା ଅଞ୍ଚଳକୁ ପ୍ରବେଶ କରିଥିଲେ । ବିଲରେ ଧାନ କଟା ଚାଲିଥିବାବେଳେ କେତେକାଂଶରେ ଧାନ କଟା ହୋଇ ବିଲରେ ପଡିରହିଛି । ହାତୀପଲ ଫସଲ ଖାଇବା ସହିତ ଦଳି ନଷ୍ଟ ମଧ୍ୟ କରୁଥିବା ଦେଖିବାକୁ ମିଳିଥିଲା । ହାତୀ ଭୟରେ ସାରସକଣା,ଜଟିଆ ଷୋଳ,କୁଣ୍ଡିଆପାଣି, ବାଘବୁଡା, ମାଲକୁଣ୍ଡା,ଖେରଣା, ଯୋକା, ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି । ହାତୀପଲଙ୍କୁ ଘଉଡାଇବାକୁ ବନବିଭାଗ ପକ୍ଷରୁ ପ୍ରୟାସ କରାଯାଉଛି ବୋଲି ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି । ହାତୀପଲ ପୂର୍ବରୁ ବ୍ୟାପକ କ୍ଷତି କରିଥିବାବେଳେ ଏପର୍ଯ୍ୟନ୍ତ କ୍ଷତିଗ୍ରସ୍ତଙ୍କୁ ବନବିଭାଗ ପକ୍ଷରୁ କ୍ଷତିପୂରଣ ଦିଆଯାଇ ନାହିଁ । କେତେକାଂଶରେ ଧାନବିଲରେ ପଶି ଧାନ ଖାଇବା ସହିତ ଏକର ଏକର ଚାଷଜମି ନଷ୍ଟ କରିଦେଇଛନ୍ତି । ତୁରନ୍ତ କ୍ଷତିପୂରଣ ଯୋଗାଇ ଦେବା ପାଇଁ ସାଧାରଣରେ ଦାବି ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ