Masthead

ବରମୁଣ୍ଡା ବସ ଟର୍ମିନାଲ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ବର ବରମୁଣ୍ଡା ବସଷ୍ଟାଣ୍ଡ ରାଜ୍ୟର ସବୁଠାରୁ ବ୍ୟସ୍ତବହୁଳ ବସଷ୍ଟାଣ୍ଡ । ରାଜ୍ୟର ବିଭିନ୍ନ ସ୍ଥାନକୁ ଏଠାରୁ ବସ୍ ଚଳାଚଳ କରିଥାଏ । ହଜାର ହଜାର ଯାତ୍ରୀ ମଧ୍ୟ ପ୍ରତିଦିନ ବିଭିନ୍ନ ସ୍ଥାନକୁ ବସ ଯୋଗେ ଯାଇଥାନ୍ତି । ତେଣୁ ଏହାକୁ ଏକ ଅତ୍ୟାଧୁନିକ ରୂପ ଦେବାପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ କାମ ଆରମ୍ଭ ହୋଇଛି । ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରମୁଣ୍ଡାର ଆନ୍ତଃରାଜ୍ୟ ବସ୍ ଟର୍ମିନାଲର ନିର୍ମାଣ କାର୍ୟ୍ୟ ବୁଲି ଦେଖିବା ସହ ଏହି କାର୍ୟ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ଏହି ପ୍ରକଳ୍ପର ଦୁଇଟି ଭାଗ ରହିଛି । ଗୋଟିଏ ଖଣ୍ଡଗିରିସ୍ଥ ବସ୍ ଡିପୋ ଏବଂ ଅନ୍ୟଟି ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲ ।

ଖଣ୍ଡଗିରି ବସ୍ ଡିପୋ କାର୍ଯ୍ୟ ସମ୍ପୂର୍ଣ୍ଣ  ହୋଇଯାଇଛି ଏବଂ ମୁଖ୍ୟମନ୍ତ୍ରୀ ଆଜି ତାହା ବୁଲି ଦେଖିଥିଲେ ଏବଂ ଉନ୍ନତ ନିର୍ମାଣ କାର୍ୟ୍ୟ ସହିତ ବସ୍ ରହିବାର ସୁବ୍ୟବସ୍ଥା ହୋଇଥିବାରୁ ସନ୍ତୋଷ ପ୍ରକାଶ କରିଥିଲେ । ଏହି କାର୍ୟ୍ୟ ପାଇଁ ମୋଟ ୧୮୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାର୍ୟ୍ୟ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।ମୁଖ୍ୟମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ଡିଆନ, ଭୁବନେଶ୍ବର ମହାନଗର ନିଗମର କମିଶନର ଓ ପୋଲିସ କମିଶନର ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ!