ଟେଷ୍ଟ ପୂର୍ବରୁ ‘ହିଟମ୍ୟାନ’ ଫିଟ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଷ୍ଟ୍ରେଲିଆ ଟେଷ୍ଟ ପୂର୍ବରୁ ଭାରତୀୟ କ୍ରିକେଟ ଦଳକୁ ମିଳିଛି ଖୁସି ଖବର । ଭାରତୀୟ ଦଳର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଫିଟନେସ୍ ପରୀକ୍ଷାରେ ଫିଟ ହୋଇଛନ୍ତି । ରୋହିତଙ୍କ ଉପସ୍ଥିତି ଭାରତୀୟ ଦଳକୁ ଏକ ବୁଷ୍ଠ ପ୍ରଦାନ କରିବ । ନ୍ୟାସନାଲ କ୍ରିକେଟ ଏକାଡେମୀ ଆଜି ରୋହିତଙ୍କୁ ଫିଟ୍ ବୋଲି ସାର୍ଟିଫିକେଟ ପ୍ରଦାନ କରିଛନ୍ତି ।

ଅଷ୍ଟ୍ରେଲିଆ ବିପକ୍ଷରେ ଥିବା ୪ଟି ଟେଷ୍ଟରୁ ସେ ଶେଷ ଦୁଇଟି ଟେଷ୍ଟ ଖେଳିପାରିବେ ବୋଲି ସୂଚନା ମିଳିଛି । କରୋନା ମହାମାରୀ ପାଇଁ ସେ ଅଷ୍ଟ୍ରେଲିଆରେ ପ୍ରଥମେ ୧୪ ଦିନ ସଂଗରୋଧରେ ରହିବେ । ପ୍ରଥମ ଟେଷ୍ଟ ପରେ ସ୍ୱଦେଶ ଫେରି ଆସିବେ ଅଧିନାୟକ ବିରାଟ କୋହଲି । ଏହି ପରିସ୍ଥିତିରେ ରୋହିତଙ୍କ ଉପସ୍ଥିତି ଭାରତୀୟ ଦଳ ପାଇଁ ଏକ ବଡ଼ ଉପଲବ୍ଧି ହେବ । ଆଇପିଏଲ ସମୟରେ ରୋହିତ ଶର୍ମାଙ୍କ ମାଂସପେଶୀରେ ଆଘାତ ଲାଗିଥିଲା । ଏହା ଫଳରେ ସେ ଅଷ୍ଟ୍ରେଲିଆ ଗସ୍ତରେ ସାମିଲ ହୋଇପାରିନଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’