ବିଦ୍ୟୁତ୍ ଆଘାତରେ ଚାଲିଗଲା ଜୀବନ

ହିଞ୍ଜିଳିକାଟୁ(ବଡ଼ ଖବର ବ୍ୟୁରୋ): ବିଦ୍ୟୁତ୍ ବିଭାଗର ଦାୟିତ୍ୱହୀନତା ଯୋଗୁ ଚାଲିଗଲା ଦୁଇ ଜୀବନ । ଏହିପରି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଥାନା ଅଞ୍ଚଳରେ । ୧୧ କେଭି ତାର ସଂଷ୍ପର୍ଶରେ ଆସି ପୁରୁଣା ବୁରୁପଦା ଗାମର ହୀନ ସାମଲ ଓ ପତ୍ନୀ ବିଷ୍ଣୁ ସାମଲଙ୍କ ମୃତ୍ୟୁ ଘଟିଛି । ଆଜି ସକାଳ ପ୍ରାୟ ୪ଟା ସମୟରେ ଫୁଲ କୋବି କାଟିବା ପାଇଁ ବିଲକୁ ଯାଇଥିବା ବେଳେ ସେଠାରେ ଥିବା ବିଦ୍ୟୁତ୍ ତାର ଛିଣ୍ଡି ପଡିବାରୁ ଉଭୟେ ସ୍ୱାମୀ ସ୍ତ୍ରୀ ଗୁରୁତର ଆହତ ହୋଇଥିଲେ । ଖବର ପାଇ ପୁଅ ଗୌଡ଼ ସାମଲ ଉଭୟଙ୍କୁ ଉଦ୍ଧାର କରି ହିଞ୍ଜିଳି ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ । ହେଲେ ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’