କୋଭିଡ୍ ନିୟମ ଭାଙ୍ଗି ଚାଲିଥିଲା ନାଚ, ଧରିଲା ପୋଲିସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କୋଭିଡ୍ ନିୟମ ଉଲ୍ଲଘଂନ ଅଭିଯୋଗରେ କମିସନରେଟ୍ ପୋଲିସ ରାଜଧାନୀର ୪ଟି ବାରକୁ ସିଲ୍ କରିବା ସହ ୩୨ ହଜାର ଟଙ୍କା ଆଦାୟ କରିଛି । ଗତ କାଲି ରାତି ସାଢେ ୯ଟାରୁ ଆରମ୍ଭ ହୋଇଥିବା ଚଢଉ ବିଳମ୍ବିତ ରାତି ପର୍ଯ୍ୟନ୍ତ ଜାରି ରହିଥିଲା । ବାର୍ ଗୁଡିକରେ କୋଭିଡ୍ ନିୟମର ଖୋଲାଖୋଲି ଉଲ୍ଲଘଂନ କରାଯାଉଥିବାନେଇ ବାରମ୍ବାର ଅଭିଯୋଗ ଆସିବା ପରେ ପୋଲିସ ଅତର୍କିତ ଚଢାଉ ଆରମ୍ଭ କରିଛି । ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ ୩ଟି ଜୋନ ଏସିପିଙ୍କୁ ନେଇ ୩ଟି ଟିମ୍ ଗଠନ କରିଥିଲେ । ଏସିପିଙ୍କ ନେତୃତ୍ୱରେ ୧୫ ଅଫିସର, ୫ ପ୍ଲାଟୁନ ଫୋର୍ସ ରାତିରେ ଚଢାଉ ଆରମ୍ଭ କରିଥିଲେ । ବାର୍ ଭିତରେ ସାମିଜକ ଦୂରତା ନଥିବା କିମ୍ବା ମୁହଁରେ ମାସ୍କ ପିନ୍ଧି ନଥିବା ଅବସ୍ଥାରେ ପାଖାପାଖି ୩୦ରୁ ଅଧିକ ଲୋକଙ୍କଠାରୁ ଜରିମାନା ଆଦାୟ କରାଯାଇଛି । ଏହାସହ ବାର୍ ମାଲିକ ଓ ପରିଚାଳକଙ୍କଠାରୁ ତଣ୍ଡ ଆଦାୟ କରି କଡା ତାଗିଦ୍ କରିଛି କମିସନରେଟ୍ ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ