Masthead

ହାତୀ ଆକ୍ରମଣରେ ମହିଳା ମୃତ

ପରଜଙ୍ଗ (ବଡ ଖବର ବ୍ୟୁରୋ): ଢେଙ୍କାନାଳ ଜିଲ୍ଲା ମହାବୀର ରୋଡ ରେଞ୍ଜ ଜାମୁନାଳି କେନାଲ ନିକଟରେ ଦନ୍ତା ହାତୀ ଆକ୍ରମଣରେ ମହିଳାଙ୍କର ହୋଇଛି ମୃତ୍ୟୁ । ମୃତ ମହିଳା ପରଜଙ୍ଗ ଥାନା ଅନ୍ତର୍ଗତ ରେଣ୍ଠାପାଟ ପଞ୍ଚାୟତ ପାଣି ଗେଙ୍ଗୁଟିଆ ଗ୍ରାମର କୁମ ବେହେରା । ଗତକାଲି ଠାରୁ କୁମ ଧାନ କାଟିବାକୁ ଯାଇ ଘରକୁ ଫେରିନଥିଲେ । ପରିବାରଲୋକେ ବହୁ ଖୋଜାଖୋଜି କରି ପାଇନଥିଲେ। ଆଜି ତାର ମୃତଦେହ ଜାମୁନାଳି ଗ୍ରାମ କେନାଲ ନିକଟରେ ଦେଖିବାକୁ ପାଇଥିଲେ ।

ହାତୀ ଆକ୍ରମଣ କରିଥିବା ଜାଣିବାକୁ ପାଇ ବନବିଭାଗକୁ ଖବର ଦେଇଥିଲେ। ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ବିଳମ୍ବରେ ପହଞ୍ଚିଥିଲେ । ଫଳରେ ସାମାନ୍ୟ ଉତ୍ତେଜନା ଦେଖାଦେଇଥିଲା । ମୃତକ ପରିବାରକୁ ତୁରନ୍ତ ସହାୟତା ରାଶି ଯୋଗାଇ ଦେବା ଓ ନରହନ୍ତା ଦନ୍ତାକୁ ଏ ଅଞ୍ଚଳରୁ ତୁରନ୍ତ ଅନ୍ୟତ୍ର ସ୍ଥାନାନ୍ତର କରିବା ପାଇଁ ଦାବି କରିଥିଲେ । ମହାବୀର ରୋଡ ରେଞ୍ଜର ସହାୟତା ରାଶି ଓ ତୁରନ୍ତ ସ୍ଥାନାନ୍ତର ପ୍ରତିଶୃତି ପରେ ଉତ୍ତେଜନା ଶାନ୍ତ ପଡିଥିଲା। ଘଟଣାସ୍ଥଳରେ ପରଜଙ୍ଗ ପୋଲିସ ପହଞ୍ଚି ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇଛି। ପରଜଙ୍ଗ ଅଞ୍ଚଳରେ ୪୦ଟି ହାତୀ ରହିଥିବା ମହାବୀର ରୋଡ଼ ରେଞ୍ଜ ଅଧିକାରୀ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ