Masthead

ବ୍ରିଟେନରେ ପୁଣି ଲକଡାଉନ

ବ୍ରିଟେନ(ବଡ଼ ଖବର ବ୍ୟୁରୋ): ଚାରିଆଡେ କରୋନାର ପ୍ରକୋପ ଜାରି ରହିଛି । କିନ୍ତୁ ବ୍ରିଟେନରେ ନୂଆ ପ୍ରକାରର ଏକ କରୋନା ଭାଇରସ୍ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଲଣ୍ଡନ ଏବଂ ଏହାର ଆଖପାଖ ଅଂଚଳରେ କରୋନାର ନୂଆ ପ୍ରକାର ଭାଇରସ୍ ଦ୍ରୁତ ଗତିରେ ବ୍ୟାପୁଥିବାରୁ ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ ଦେଶବ୍ୟାପି  ଲକଡାଉନ ଜାରି କରିଛନ୍ତି । ଏହି କଟକଣା ଡିସେମ୍ବର ୩୦ ପର୍ଯ୍ୟନ୍ତ ଜାରି ରହିବ । ଏଥି ସହିତ ଖ୍ରୀଷ୍ଟମାସ ସମୟରେ କୋହଳ କରାଯାଇଥିବା କଟକଣାକୁ ମଧ୍ୟ ବାତିଲ କରାଯାଇଛି ।

ବ୍ରିଟେନ୍ ପ୍ରଧାନମନ୍ତ୍ରୀ ଟୁଇଟରେ କହିଛନ୍ତି, କରୋନାର ଏହି ନୂଆ ପ୍ରଭାବ ସମ୍ପର୍କରେ ଏ ପର୍ଯ୍ୟନ୍ତ ଅଧିକ ସୂଚନା ମିଳିପାରିନାହିଁ । ନୂଆ ଭୂତାଣୁ ପ୍ରକୃତ ଭୂତାଣୁ ଅପେକ୍ଷା କମ୍ ମାରାତ୍ମକ କିମ୍ବା ଅଧିକ, ଏହା ଉପରେ ଟିକା କେତେ ପରିମାଣରେ ପ୍ରଭାବଶାଳୀ ତାହା ଜଣାପଡିନାହିଁ । ତେଣୁ ସତର୍କତା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ ଟୁଇଟ୍ କରି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ