Masthead

ମାକ୍ସ ପିନ୍ଧିବା ବାଧ୍ୟତାମୂଳକ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ସର୍ବାଧିକ କରୋନା ଦ୍ୱାରା ପ୍ରଭାବିତ ରାଜ୍ୟମାନଙ୍କ ମଧ୍ୟରୁ ମହାରାଷ୍ଟ୍ର ଅନ୍ୟତମ । ଏହାର ମୁକାବିଲା ପାଇଁ ସରକାର ମଧ୍ୟ ଯଥାସମ୍ଭବ ଚେଷ୍ଟା କରୁଛନ୍ତି । ତେବେ କରୋନା ମହାମାରୀଙ୍କୁ ନେଇ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ଠାକରେ କହିଛନ୍ତି ଆସନ୍ତା ୬ ମାସ ପାଇଁ ରାଜ୍ୟରେ ମାକ୍ସ ପିନ୍ଧିବା ବାଧ୍ୟତାମୂଳକ ରହିବ । କିଛି ବିଶେଷଜ୍ଞ ରାଜ୍ୟରେ ପୁଣିଥରେ ଲକଡାଉନ ଲାଗୁ କରିବାକୁ ଓ ରାତ୍ରୀକାଳୀନ କର୍ଫ୍ୟୁ ପାଇଁ ପରାମର୍ଶ ଦେଇଥିବା ବେଳେ ରାଜ୍ୟ ସରକାର ଏଭଲି କରିବାକୁ ଚାହୁଁନାହାନ୍ତି ।

ନୂଆବର୍ଷ ପାଳନ ସମୟରେ କରୋନା ସହ ଜଡିତ ସତର୍କତା ଅବଲମ୍ବନ କରିବାକୁ ଲୋକଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ । ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣରେ ଥିଲେ ବି ଏପର୍ଯ୍ୟନ୍ତ ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣ ହୋଇନଥିବାରୁ କରୋନା ନିୟମ ପାଳନ କରିବାକୁ ଉଦ୍ଧବ ରାଜ୍ୟବାସୀଙ୍କୁ ଅପିଲ କରିଛନ୍ତି । ସେ ଆହୁରି କହିଛନ୍ତି, ଆଗାମୀ ୬ ମାସ ପାଇଁ ସର୍ବସାଧାରଣ ସ୍ଥାନରେ ମାକ୍ସ ପିନ୍ଧିବା ଏକ ଅଭ୍ୟାସ ହେବା ଉଚିତ୍ । କୌଣସି ରୋଗର ଚିକିତ୍ସା ଅପେକ୍ଷା ଏହାକୁ ରୋକିବା ଉତମ ବିକଳ୍ପ ବୋଲି ଉଦ୍ଧବ କହିଛନ୍ତି । ସେ କହିଛନ୍ତି ୟୁରୋପୀୟ ଦେଶମାନଙ୍କରେ ଯେପରି ପୁଣି କରୋନା ଲେଉଟିଛି, ଏଥିରୁ ସ୍ପଷ୍ଟ ହୋଇଛି ଯେ ସତର୍କତା ଅବଲମ୍ବନ କରିବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିାଁ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର