ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

ରେଙ୍ଗାଲି(ବଡ଼ ଖବର ବ୍ୟୁରୋ): ସ୍ତ୍ରୀକୁ ନିର୍ମମଭାବେ ହତ୍ୟାକଲା ସ୍ୱାମୀ । ସମ୍ବଲପୁର ଜିଲ୍ଳା ରେଙ୍ଗାଲୀ ଥାନା ଲଛମନ ପଡ଼ା ପାଖରେ ଥିବା ଡୁଙ୍ଗୁରୀପଡ଼ାରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ସ୍ୱାମୀ ନିଜ ସ୍ତ୍ରୀକୁ ହତ୍ୟା କରିଛି । ଅଭିଯୋଗ ଅନୁସାରେ ହୁଙ୍ଗୁରିପଡ଼ାର ଧନମଣୀ ଖଡ଼ିଆ ନିଜ ସ୍ତ୍ରୀ ବିଲାସିନି ଖଡ଼ିଆଙ୍କ ସହ କୌଣସି କାରଣକୁ ନେଇ ବିଳମ୍ବିତ ରାତିରେ ଦୁହିଁଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା । ଫଳରେ ସ୍ୱାମୀ ଉତ୍ୟକ୍ତ ହୋଇ ସ୍ତ୍ରୀକୁ ବାରେସିରେ ମୁଣ୍ଡପଛ ପଟେ ଆକ୍ରମଣ କରିଥିଲେ । ଫଳରେ ମୁଣ୍ଡ ପଛପଟେ ଗଭୀର ଆଘାତ ହୋଇ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଚିଂ ସାଇଂଟିଫିକ୍ ଟିମ୍ ସହ ତଦନ୍ତ ଆରମ୍ଭ କରିଛି । ଘଟଣାସ୍ଥଳରୁ ସାଇଂଟିଫିକ୍ ଟିମ୍ ରକ୍ତଭିଜା କପଡ଼ା, ରକ୍ତଭିଜା ମାଟି ଏବଂ ହତ୍ୟାରେ ବ୍ୟବହୃତ ବାରେସି ଆଦି ଜବତ କରିଛି । ସେପଟେ ହତ୍ୟାକାରୀ ସ୍ୱାମୀ ୨ ଶିଶୁକୁ ନେଇ କୁଆଡ଼େ ଫେରାର ହୋଇଯାଇଥିବା ଜଣାପଡ଼ିଛି । ପୋଲିସ ଅଭିଯୁକ୍ତକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଯାରି ରଖିଛି । ଏ ନେଇ ରେଙ୍ଗାଲି ଥାନା କେଶ ନଂ ୨୩୨ ରେ ମାମଲା ରୁଜୁ କରାଯାଇ ତଦନ୍ତ ଚାଲୁରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!