Masthead

ପୁରୀ ବାସୀଙ୍କ ଜଗା ଦର୍ଶନ

ପୁରୀ(ବଡ଼ ଖବର ବ୍ୟୁରୋ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଦୀର୍ଘ ୯ ମାସ ପରେ ଶ୍ରୀଜୀଉଙ୍କୁ ଦର୍ଶନ କରୁଛନ୍ତି ଶ୍ରୀକ୍ଷେତ୍ରବାସୀ । ୩ଦିନ ଧରି ସେବାୟତ ମାନଙ୍କ ପାଇଁ ଚାଲିଥିବା ଦର୍ଶନ ଆସନ୍ତାକାଲି ଶେଷ ହେବା ପରେ ଆଜିଠାରୁ ଲଗାତର ୩ ଦିନ ଧରି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ପୁରୀ ସହରବାସୀ । ଆଜି ମହାପ୍ରଭୁଙ୍କ ଦର୍ଶନ ପାଇଁ ୭ଟି ୱାର୍ଡ଼ର ସ୍ଥାନୀୟ ବାସୀନ୍ଦାଙ୍କୁ ଅନୁମତି ମିଳିଛି । କୋଭିଡ ଗାଇଡଲାଇନ ମାନି ଜଗା ଦର୍ଶନ କରୁଛନ୍ତି ପୁରୀ ସହରବାସୀ । ସକାଳ ୮ଟା ରୁ ୧୨ଟା ଯାଏଁ ୬ ଏବଂ ୯ ନମ୍ବର ୱାର୍ଡ଼ବାସୀ କରିପାରିବେ ଦର୍ଶନ ।

ସେହିନରି ୧୨ଟାରୁ ୪ଟା ମଧ୍ୟରେ ୧୨ ଏବଂ ୧୫ ନମ୍ବର ୱାର୍ଡ଼ବାସୀ କରିବେ ଦର୍ଶନ । ଏବଂ ୪ଟା ୩୦ରୁ ରାତି ୯ଟା ମଧ୍ୟରେ ୧୧, ୨ ଏବଂ ୩ ନମ୍ବର ୱାର୍ଡ଼ବାସୀ ଜଗା ଦର୍ଶନ କରିବାର ସୂଯୋଗ ପାଇବେ । ସମସ୍ତ ଭକ୍ତ ଶ୍ରୀମନ୍ଦିର ପ୍ରବେଶ ପୂର୍ବରୁ ନିଜର ପରିଚୟ ପତ୍ର ଦେଖାଇବେ ଏବଂ ସମସ୍ତଙ୍କ ପାଇଁ ମାସ୍କ ଏବଂ ସାନିଟାଇଜର ବାଧ୍ୟତାମୂଳକ କରାଯାଇଛି । ସୁରକ୍ଷା ବ୍ୟବସ୍ଥା ପାଇଁ ପ୍ରଶାସନ ପକ୍ଷରୁ ୧୮ ପ୍ଲାଟୁନ ପୋଲିସ ଫୋର୍ସ ମୂତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼