ଦଧିବାମନଙ୍କୁ ପରସାଗଲା ୧୯୩ ପ୍ରକାର ବ୍ୟଞ୍ଜନ

କଣ୍ଟାମାଳ(ବଡ଼ ଖବର ବ୍ୟୁରୋ): ମାର୍ଗଶୀର ଶୁକ୍ଳପକ୍ଷ ଦ୍ୱାଦଶୀକୁ ବ୍ୟଞ୍ଜନ ଦ୍ୱାଦଶୀ କୁହାଯାଏ । ଏହି ଦ୍ୱାଦଶୀରେ ଅନୁଷ୍ଠିତ ଧର୍ମକର୍ମର ନିଶ୍ଚିତ ଫଳମିଳେ ବୋଲି ଲୋକ ବିଶ୍ୱାସ ରହିଛି । ଗୌଡ଼ିୟ ବୈଷ୍ଣବ ସମ୍ପ୍ରଦାୟର ଅନୁଗାମୀମାନଙ୍କର ଏହା ଏକ ପ୍ରମୁଖ ପର୍ବ । ଆଜିର ଦିବସରେ ଯଶୋଦା ମା’ ତାଙ୍କ ପୁତ୍ର ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ନାନାଦି ପ୍ରକାର ସୁସ୍ୱାଦୁ ବ୍ୟଞ୍ଜନ ପ୍ରସ୍ତୁତ କରି ଖାଇବାକୁ ଦେଇଥିଲେ ବୋଲି କିମ୍ବଦନ୍ତୀ ରହିଛି । ମା’ ଯଶୋଦା ଦିନେ ହଠାତ ଦେଖିଲେ ତାଙ୍କ ପୁତ୍ର କାହ୍ନୁ ନଖାଇ ନପିଇ ଶୁଖିଗଲେଣି । ଏହାପରେ ମାତା ଯଶୋଦା ନାନାଦି ସୁସ୍ୱାଦୁ ବ୍ୟଞ୍ଜନ ପ୍ରସ୍ତୁତ କରି ଶ୍ରୀକୃଷ୍ଣଙ୍କୁ ଖୁଆଇଥିଲେ । ଏହି ପରମ୍ପରାକୁ ବଜାୟ ରଖିବା ବ୍ୟଞ୍ଜନ ଦ୍ୱାଦଶୀ ପାଳନ କରାଯାଇଛି । ବୌଦ୍ଦ ଜିଲ୍ଲାର ପଦର ପଡ଼ା ଗ୍ରାମରେ ମଧ୍ୟ ଆଜି ବ୍ୟଞ୍ଜନ ଦ୍ୱାଦଶୀ ପାଳନ କରାଯାଇଛି । ୧୯୩ ପ୍ରକାର ବ୍ୟଞ୍ଜନ ଭଗବାନ ଦଧିବାମନଙ୍କ ଠାରେ ସମର୍ପଣ କରାଯାଇଥିଲା । ପ୍ରକୃତି ପ୍ରେମୀ ନିଳାମ୍ବର ଖମାରୀଙ୍କ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’