Masthead

ସେବାୟତଙ୍କ ପାଇଁ ମନ୍ଦିର ଖୋଲା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଖୋଲିଲା ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର । ଦୀର୍ଘ ୯ ମାସ ପରେ ଆଜି ଖୋଲିଛି ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର । ପ୍ରଥମ ପର୍ଯ୍ୟାୟରେ ଆସନ୍ତା ୩୧ ତାରିଖ ଯାଏଁ ସେବାୟତଙ୍କ ପରିବାରକୁ ମିଳିବ ଦର୍ଶନ ଅନୁମତି । ଏଥିପାଇଁ ସମସ୍ତ ସେବାୟତଙ୍କ ପରିବାର ଯାଇ ସକାଳୁ ସକାଳୁ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରୁଛନ୍ତି । ଅନ୍ୟପଟେ ଜାନୁଆରୀ ୧ ଓ ୨ ତାରିଖ ମନ୍ଦିର ବନ୍ଦ ରଖାଯିବାକୁି ନିଷ୍ପତ୍ତି ହୋଇଛି । ସେହିପରି ୩ରୁ ୫ ତାରିଖ ମଧ୍ୟରେ ଭୁବନେଶ୍ୱରବାସୀଙ୍କୁ ମିଳିବ ଦର୍ଶନ ଅନୁମତି ।

ପରେ ୬ ତାରିଖ ପାଖରୁ ଆରମ୍ଭ ହେବ ସର୍ବ ସାଧାରଣ ଦର୍ଶନ । କରୋନାକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ମନ୍ଦିର ମୁଖ୍ୟ ଦ୍ୱାର ସମ୍ମୁଖରେ ବ୍ୟାରିକେଡ଼ କରାଯାଇଛି । ଶ୍ରଦ୍ଧାଳୁ ମାନେ ଲମ୍ବା ଧାଡ଼ିରେ ଆସି ପରିଚୟ ପତ୍ର ଓ କୋଭିଡ଼ ନେଗେଟିଭ ରିପୋର୍ଟ ଦେଖାଇ ମନ୍ଦିର ଭିତରେ ପ୍ରବେଶ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି