Masthead

ଗଡିଲା ଚାଳକ ବିହୀନ ଟ୍ରେନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ସ୍ମାର୍ଟ ହେଉଛି ଭାରତ । ବିନା ଡ୍ରାଇଭରରେ ଚାଲିଲା ଟ୍ରେନ୍ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀରେ ଉଦଘାଟନ କରିଛନ୍ତି ଦେଶର ପ୍ରଥମ ଡ୍ରାଇଭରଲେସ୍ ଟ୍ରେନ୍ । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହାକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ । ଟ୍ରେନଟି ବିନା ଡ୍ରାଇଭରରେ ଅଟୋମେଟିକ୍ ଭାବେ ଚାଲିବ । ୩୭ କିଲୋମିଟର ଯାତ୍ରା କରିବ ଏହି ଟ୍ରେନ୍ । ଡ୍ରାଇଭରବିହୀନ ନେଟୱାର୍କର ଲମ୍ବ ପ୍ରାୟ ୯୪ କିଲୋମିଟର ହେବ । ଡିଏମ୍ଆରସି କହିଛି ଯେ ସମ୍ପୂର୍ଣ୍ଣ ସ୍ୱୟଂଚାଳିତ ଏହି ଟ୍ରେନରେ ଯାତ୍ରୀଙ୍କ ପାଇଁ ଅତ୍ୟାଧୁନିକ ସେବା ଉପଲବ୍ଧ ହେବ । ଏହାଦ୍ୱାରା ଭାରତ ବିଶ୍ୱର ପ୍ରମୁଖ ମେଟ୍ରୋ ରେଳ ସେବା ପ୍ରଦାନକାରୀ ରାଷ୍ଟ୍ର ବର୍ଗରେ ସାମିଲ ହେବେ । ଦେଶର ପ୍ରଥମ ଡ୍ରାଇଭରଲେସ ଟ୍ରେନ୍ ଭାବେ ଏହି ଟ୍ରେନ ଦିଲ୍ଲୀ ମେଟ୍ରୋରେ ମ୍ୟାଜେଣ୍ଟା ଲାଇନ ଓ ପିଙ୍କ ଲାଇନରେ ଚାଲିବ । ପ୍ରଥମ ପର୍ଯ୍ୟାୟରେ ଏହି ଟ୍ରେନ ମ୍ୟାଜେଣ୍ଟା ଲାଇନ ଜନକପୁୁରୀର ପଶ୍ଚିମରୁ ନୋଏଡାର ବଟାନିକାଲ ଗାର୍ଡେନ ମେଟ୍ରୋ ଷ୍ଟେସନ ଯାଏଁ ଯାତ୍ରା କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା